Posted inଖେଳ

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଲାରା ମେଡିକାଲରେ ଭର୍ତ୍ତି

ମୁମ୍ବାଇ,୨୫।୬(ପିଟି)- ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ବ୍ରାଏନ ଲାରା ମଙ୍ଗଳବାର ମେଡିକଲାରେ ଭର୍ତ୍ତି ହୋଇଛନ୍ତି। କିନ୍ତୁ ସେ ଏବେ ସୁସ୍ଥ ଅଛନ୍ତି ଓ ତାଙ୍କୁ ତୁରନ୍ତ ଡିସଚାର୍ଜ କରାଯିବା ନେଇ ଜଣାପଡ଼ିଛି। ନିଜ ସମୟର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ପାରେଲସ୍ଥିତ ଗ୍ଲୋବାଲ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିନ୍ତା କରିବା ଯୋଗୁ ୫୦ ବର୍ଷୀୟ କ୍ରିକେଟରଙ୍କ ଛାତିରେ ଯନ୍ତ୍ରଣା ହେଉଥିଲା। ସେ ଦୁଇ ବର୍ଷ ତଳେ ଏଞ୍ଜିୟୋପ୍ଲାଷ୍ଟି କରାଇଥିଲେ। ଏଥିରେ ଛାତିରେ ଯନ୍ତ୍ରଣା ହେବାର ଡର ଥାଏ ବୋଲି ସୂତ୍ରରୁ ଜଣାପଡ଼ିଛି। ୫୦ ବର୍ଷୀୟ କ୍ରିକେଟର ଚଳିତ ବିଶ୍ୱକପ୍‌ର ପ୍ରସାରଣକାରୀ ଚ୍ୟାନେଲର ଆନଲିସିଷ୍ଟ ଦାୟିତ୍ୱରେ ଅଛନ୍ତି। ଲାରା ୧୩୧ ଟେଷ୍ଟରୁ ୫୨.୮୯ ଆଭରେଜରେ ୧୧,୯୫୩ ରନ୍‌ କରିଥିବାବେଳେ ୨୯୯ ଦିନିକିଆରେ ୪୦.୧୭ ହାରରେ ୧୦,୪୦୫ ରନ୍‌ କରିଛନ୍ତି। ଏହି କିମ୍ବଦନ୍ତୀ ବାମହାତୀ ଖେଳାଳି ୨୦୦୪ରେ ଏକ ଟେଷ୍ଟ ମ୍ୟାଚ୍‌ରେ ୪୦୦ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ, ଯାହାକି ଏବେ ମଧ୍ୟ ଟେଷ୍ଟ ଫର୍ମାଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri