Posted inଜାତୀୟ

କିରଣ ବେଦୀଙ୍କୁ ରାକ୍ଷସ ବୋଲି କହିଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୧।୧୧: ଯେବେଠାରୁ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଭି. ନାରାୟଣସ୍ବାମୀ ଶାସନ ଭାର ଗ୍ରହଣ କଲେଣି ସେବେଠାରୁ ପୁଡୁଚେରୀ ଉପରାଜ୍ୟପାଳ ଥିବା କିରଣ ବେଦୀଙ୍କ ସହ ତାଙ୍କର ତୁତୁମେମେ ଲାଗି ରହିଛି। ଗୁରୁବାର ଲୌହମାନବୀ ତଥା ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପୂଣ୍ଣ୍ୟତିଥି ଅବସରରେ ଦଳୀୟ କର୍ମୀଙ୍କୁ ଉଦ୍‌ବୋଧନ ଦେବା ସମୟରେ ନାରାୟଣସ୍ବାମୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର ପୁଡୁଚେରୀରେ ଜଣେ ରାକ୍ଷସକୁ ବସାଇଛନ୍ତି। ଆମ କଂଗ୍ରେସ ଶାସିତ ମନ୍ତ୍ରୀମଣ୍ଡଳ ୨୪ ଘଣ୍ଟା କାମ କରିବାକୁ ପ୍ରସ୍ତୁତ ଥିବା ବେଳେ ସେ ସବୁଥିରେ ବାଧା ସୃଷ୍ଟି କରୁଛନ୍ତି। ଗରିବଙ୍କୁ ଚାଉଳ ବାଣ୍ଟିବା ହେଉ ଅବା ପର୍ଯ୍ୟଟନ ସହ ଯୋଡି ହୋଇଥିବା ପ୍ରୋଜେକ୍ଟ ଲାଗି କେନ୍ଦ୍ର ସରକାରଙ୍କଠାରୁ ଟଙ୍କା ଆଣିବା ହେଉ। ସବୁକିଛି କିରଣ ବନ୍ଦ କରି ଦେଉଥିବାରୁ ନାରାୟଣସ୍ବାମୀ ତାଙ୍କୁ ରାକ୍ଷସ ବୋଲି କହିଛନ୍ତି। ପୁଣି ସରକାରଙ୍କ ତରଫରୁ ଯେକୌଣସି ଜନହିତକର ଯୋଜନା ଆରମ୍ଭ କରାଯାଉଛି ତାକୁ ମଧ୍ୟ କିରଣ ବନ୍ଦ କରି ଦେଉଛନ୍ତି ବୋଲି ସେ କହିଛନ୍ତି। ଏମିତିକି ସେ ମନ୍ତ୍ରୀ ଓ ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସିବିଆଇର ଧମକ ଦେଉଛନ୍ତି ବୋଲି ନାରାୟଣସ୍ବାମୀ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri