କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା

କଣ୍ଟାପଡ଼ା, ୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଓ ଲକ୍‌ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍‌ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ ଚଢ଼ାଦରରେ ବିକ୍ରିକରୁଛନ୍ତି। ଏହାର ପ୍ରତିବାଦରେ ଓଡ଼ିଶା ସୂଚନା ଅଧିକାର ପକ୍ଷରୁ ମଙ୍ଗଳବାର କଣ୍ଟାପଡା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି।
ଅଭିଯୋଗରୁ ଜଣାପଡିଛି ଯେ, କେନ୍ଦ୍ରସରକାର କାର୍ଡଧାରୀଙ୍କୁ ମୁଣ୍ଡପିଛା ୫ କେଜି ହିସାବରେ ୩ମାସ ପାଇଁ ୧୫ କେଜି ଚାଉଳ, ୨ ଲିଟର କିରୋସିନ ଓ ୩ କେଜି ଡାଲି ଦେଉଛନ୍ତି। ରାଜ୍ୟ ସରକାର ଏହାକୁ ବିଭିନ୍ନ ରିଟେଲରଙ୍କ ମାଧ୍ୟମରେ କାର୍ଡଧାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରିଛନ୍ତି। କେନ୍ଦ୍ର ସରକାର ଚାଉଳ ଓ ଡାଲିକୁ ସମ୍ପୂର୍ଣ୍ଣ ମାଗଣା ଦେବାର ବ୍ୟବସ୍ଥା କରିଛନ୍ତି। ଅପରପକ୍ଷେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୯୧୧/୬.୫.୨୦୨୦ ଅନୁଯାୟୀ କଣ୍ଟାପଡ଼ା ବ୍ଲକରେ ୧୩.୬୪ ବିକ୍ରି କରିବାକୁ ଉଲ୍ଲେଖ ରହିଛି। ଏପରି ସ୍ଥଳେ ବ୍ଳକର କେତେକ ଅଞ୍ଚଳରେ ମାଗଣା ଚାଉଳ ଓ ଡାଲି ଅଦ୍ୟାବଧି ଦିଆଯାଇ ନ ଥିବାବେଳେ ହିତାଧିକାରୀଙ୍କୁ କମ୍‌ ପରିମାଣର କିରୋସିନ ଦିଆଯାଇ ସେମାନଙ୍କଠାରୁ ଲିଟର ପିଛା ୪୦ରୁ ୫୦ଟଙ୍କା ପର୍ଯ୍ୟନ୍ତ ଆଦାୟ କରାଯାଉଛି। ଏହାର ପ୍ରତିବାଦରେ ସଂଗଠନର କଟକ ଜିଲା ସଂଯୋଜକ ଜିତେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଦିଲୀପ ରାଉତରାୟ, ମାଧବାନନ୍ଦ ଭୋଇ, ନିରଞ୍ଜନ ଭୋଇ, ବସନ୍ତ ଜେନା, ସୁକାନ୍ତ ସ୍ବାଇଁ, ଶରତ ପ୍ରରିଡା, ସନ୍ତୋଷ ପ୍ରମୁଖ ଧାରଣାରେ ବସିଛନ୍ତି। ତଦନ୍ତ ନ ହେବା ପର୍ଯ୍ୟନ୍ତ ଏହା ଚାଲୁ ରହିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri