କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍‌  ବୋଲି ପୋଲିସ କହିଛି ।

ମାନସିକ ଅଶାନ୍ତିକୁ କେନ୍ଦ୍ରକରି ମହିଳା ଜଣଙ୍କ ଘରେ ଏକାକୀ ଥିବା ବେଳେ ଏଭଳି କରିଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ କରି ନଂ. ୫/୧୯ରେ ଅପମୃତ୍ୟୁ ମୃତ୍ୟୁ ମାମଲା ରୁଜୁ କରିଛି। ଶିଶିର ଗତ ୧୦ ବର୍ଷ ତଳେ ଲୋପାମୁଦ୍ରାଙ୍କୁ ବିବାହ କରିଥିଲେ। ସେମାନଙ୍କର ୭ ବର୍ଷର ଏକ ପୁତ୍ର ସନ୍ତାନ ରହିଛି । ଶିଶିର ଆସ୍କା ରୋଡରେ ଥିବା ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ କାମ କରନ୍ତି । ପ୍ରତିଦିନ ଭଳି ଗୁରୁବାର ସକାଳ ୧୦ଟାରେ ସେ କାମକୁ ଚାଲି ଯାଇଥିଲେ। ଲୋପାମୁଦ୍ରା ଘରେ ଏକାକୀ ଥିବା ବେଳେ ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ଶିଶିରଙ୍କୁ ଫୋନ କରିଥିଲେ । ଉକ୍ତ ସାହିରେ ରହୁଥିବା ଲୋପାମୁଦ୍ରାଙ୍କ ବାପା ଝିଅ ଘରେ ପହଞ୍ଚତ୍ଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ତାଙ୍କ ସ୍ବାମୀ ଶିଶିର ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ମହିଳାଙ୍କ ଶରୀରର ୯୦ ଭାଗ ପୋଡ଼ି ଯାଇଥିବା ଡ଼ାକ୍ତର କହିଥିଲେ। ଲୋପାମୁଦ୍ରାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।

କଟକ ନେବା ବେଳେ ରାସ୍ତାରେ ମୃତ୍ୟୁ ଘଟିଥିଲା । ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ଅଣାଯାଇଥିଲା। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବଡ଼ବଜାର ପୋଲିସ ମେଡିକାଲରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।

ମୃତ ମହିଳାଙ୍କ ବାପା ଥାନାରେ କୌଣସି ଅଭିଯୋଗ କରି ନ ଥିବା ଥାନାଧିକାରୀ ପ୍ରଶାନ୍ତ କୁମାର ଭୂପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri