କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି

ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି। ଖବର ପାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ପହଞ୍ଚତ୍ ଜିଲା ଶିକ୍ଷାଧିକାରୀ ସନାତନ ପଣ୍ଡାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପଣ୍ଡାଙ୍କ ନିର୍ଦ୍ଦେଶରେ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର ପାଢ଼ୀ, ଅତିରିକ୍ତ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ପାଣିଗ୍ରାହୀ ବିଦ୍ୟାଳୟରେ ପହଞ୍ଚତ୍ବା ପରେ ଗ୍ରାମବାସୀ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ଘେରିଥିଲେ।
ଯେ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ପାଠ୍ୟ ପୁସ୍ତକକୁ ସେଠାର ଜଣେ ଶିକ୍ଷୟିତ୍ରୀ ୬ଟଙ୍କା ହିସାବରେ ୨୦୦ରୁ ଊର୍ଦ୍ଧ୍ୱ କିଲୋ ଏକ ଦୋକାନରେ ଓଜନ କରି ବେପାରୀଙ୍କୁ ବିକ୍ରି କରୁଥିଲେ। ସମ୍ପୃକ୍ତ ବେପାରୀ ଶିକ୍ଷୟିତ୍ରୀଙ୍କୁ ୧୪୦୦ ଟଙ୍କା ଦେଇଥିଲେ। ଏହା ଦେଖି ଗ୍ରାମବାସୀ ଓ ଅଭିଭାବକ ଦୃଢ ବିରୋଧ କରିଥିଲେ। ଫଳରେ ସେଠାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏ ନେଇ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ୩ ବର୍ଷ ପୂରୁଣା ବହି ସ୍କୁଲରେ ରହିବାରୁ ସେଠାରେ ସାପ, ବେଙ୍ଗ ରହୁଛନ୍ତି। ତେଣୁ ସ୍କୁଲର ସଫେଇ ପାଇଁ ଆମେ ଏହାକୁ ବିକ୍ରି କରୁଥିଲୁ ବୋଲି ସେ କହିଥିଲେ। ଶିକ୍ଷୟିତ୍ରୀ ଜଣକ ପ୍ରଧାନ ଶିକ୍ଷକଙ୍କୁ ନ ଜଣାଇ ବହି ବିକ୍ରି କରିଥିଲେ। ପାଟପୁର ପୋଲିସ ପହଞ୍ଚତ୍ ବହିଗୁଡିକୁ ଜବତ କରିଛି। ତଦନ୍ତ ଆଧାରରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଇଓ କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri