କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି

ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି। ଖବର ପାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ପହଞ୍ଚତ୍ ଜିଲା ଶିକ୍ଷାଧିକାରୀ ସନାତନ ପଣ୍ଡାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପଣ୍ଡାଙ୍କ ନିର୍ଦ୍ଦେଶରେ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର ପାଢ଼ୀ, ଅତିରିକ୍ତ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ପାଣିଗ୍ରାହୀ ବିଦ୍ୟାଳୟରେ ପହଞ୍ଚତ୍ବା ପରେ ଗ୍ରାମବାସୀ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ଘେରିଥିଲେ।
ଯେ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ପାଠ୍ୟ ପୁସ୍ତକକୁ ସେଠାର ଜଣେ ଶିକ୍ଷୟିତ୍ରୀ ୬ଟଙ୍କା ହିସାବରେ ୨୦୦ରୁ ଊର୍ଦ୍ଧ୍ୱ କିଲୋ ଏକ ଦୋକାନରେ ଓଜନ କରି ବେପାରୀଙ୍କୁ ବିକ୍ରି କରୁଥିଲେ। ସମ୍ପୃକ୍ତ ବେପାରୀ ଶିକ୍ଷୟିତ୍ରୀଙ୍କୁ ୧୪୦୦ ଟଙ୍କା ଦେଇଥିଲେ। ଏହା ଦେଖି ଗ୍ରାମବାସୀ ଓ ଅଭିଭାବକ ଦୃଢ ବିରୋଧ କରିଥିଲେ। ଫଳରେ ସେଠାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏ ନେଇ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ୩ ବର୍ଷ ପୂରୁଣା ବହି ସ୍କୁଲରେ ରହିବାରୁ ସେଠାରେ ସାପ, ବେଙ୍ଗ ରହୁଛନ୍ତି। ତେଣୁ ସ୍କୁଲର ସଫେଇ ପାଇଁ ଆମେ ଏହାକୁ ବିକ୍ରି କରୁଥିଲୁ ବୋଲି ସେ କହିଥିଲେ। ଶିକ୍ଷୟିତ୍ରୀ ଜଣକ ପ୍ରଧାନ ଶିକ୍ଷକଙ୍କୁ ନ ଜଣାଇ ବହି ବିକ୍ରି କରିଥିଲେ। ପାଟପୁର ପୋଲିସ ପହଞ୍ଚତ୍ ବହିଗୁଡିକୁ ଜବତ କରିଛି। ତଦନ୍ତ ଆଧାରରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଇଓ କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri