କିଲୋ ୬ ଟଙ୍କାରେ ସ୍କୁଲ ବହି ବିକ୍ରି ଘଟଣା: ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ପାଟପୁର,୨୪ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହାର ପ୍ରମାଣ ମିଳିବା ପରେ ଶିକ୍ଷୟିତ୍ରୀ ସାବିତ୍ରୀ ଦେବୀଙ୍କୁ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର ପାଢ଼ୀ ସୋମବାର ଚାକିରିରୁ ନିଲମ୍ବିତ କରିଛନ୍ତି। ପ୍ରକାଶ ଯେ, ଗତ ଶନିବାର ଶିକ୍ଷୟିତ୍ରୀ ଜଣକ ୨ କୁଇଣ୍ଟାଲ ବହିକୁ କବାଡି ବ୍ୟବସାୟୀଙ୍କୁ ବିକ୍ରି କରିଦେଇଥିଲେ। ଏ ନେଇ ଗ୍ରାମବାସୀ ବିରୋଧ କରିବା ସହ ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ଉପ ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶରେ ବିଇଓ ପାଢ଼ୀ ତଦନ୍ତ କରିଥିଲେ। ତଦନ୍ତ ରିପୋର୍ଟ ପାଇ ଶିକ୍ଷୟିତ୍ରୀ ସାବିତ୍ରୀଙ୍କୁ ନିଲମ୍ବିତ କରାଯାଇ ତାଙ୍କୁ ଭାଲିଆଝୋଳା ପ୍ରାଥମିକ ବିଦ୍ୟାଳୟରେ ଅବସ୍ଥାପିତ କରାଯାଇଛି ବୋଲି ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ: ମଲାଡ଼ ପଞ୍ଚାୟତ ପକ୍ଷରୁ…

ଗଞ୍ଜାମ, ୨୧/୭ (ବିଦ୍ୟାଧର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆହ୍ୱାନ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପରାମର୍ଶକ୍ରମେ ଜିଲାର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri