କିଶୋରନଗରରେ ବଢୁଛି ଚୋରା ମଦ କାରବାର: ଅବକାରୀ ବିଭାଗ ନୀରବ, ସାଧାରଣରେ ଅସନ୍ତୋଷ

ବଇଣ୍ଡା,୧୮।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଥାନା ବାମୁର, କିଶୋରନଗର, ବାଟିମୁଣ୍ଡା, ସଞ୍ଜାମୁରା, ହିମିତିରା, ଅଙ୍ଗପଡ଼ା, ତୁରୁଡା, ରଣିଆକଟା ଆଦି ବିଭିନ୍ନ ଗ୍ରାମରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ଫଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।

ଘଟଣାରୁ ଜଣାପଡ଼ିଛି, ଏହି ଅଞ୍ଚଳରେ କେତେକ ଝୁମ୍ପୁଡ଼ି ହୋଟେଲ, ପାନ ଦୋକାନ ଓ କିଛି ବ୍ୟକ୍ତି ସେମାନଙ୍କ ଘରେ ଚୋରା ଦେଶୀ ମଦ ଓ ବିଦେଶୀ ମଦ ବିକ୍ରି କରୁଛନ୍ତି। ଏଥିରୁ ଭଲ ଦୁଇ ପଇସା ଲାଭ ମିଳୁଥିବାବେଳେ କେତେକ ବ୍ୟକ୍ତି ଫ୍ରିଜ ରଖି ଏହି ବ୍ୟବସାୟ ଚଳାଇଛନ୍ତି। ସେହିପରି ଦେଶୀ ମଦ ଭାଟି ଓ ବିଦେଶୀ ମଦ ଦୋକାନ ଗୁଡ଼ିକରେ ବ୍ୟବସାୟ ବୃଦ୍ଧି କରିବା ପାଇଁ ବାଇକ ମାଧ୍ୟମରେ ବିଭିନ୍ନ ଗ୍ରାମକୁ ମଦ ଯୋଗାଇ ଦିଆଯାଉଛି। ଏଥିଯୋଗୁ ନିର୍ଭୟରେ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ସାରେ ଯୁବକମାନେ ମଦ୍ୟପାନ କରି ଗଣ୍ଡଗୋଳ ସୃଷ୍ଟି କରୁଛନ୍ତି। ଚୋରା ବ୍ୟବସାୟୀମାନେ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗର କେତେକ କର୍ମଚାରୀଙ୍କୁ ହାତ ଗୁଞ୍ଜା ଦେଇ ଖୋଲାଖୋଲି ଭାବେ ବ୍ୟବସାୟ କରୁଥିବା ସାଧାରଣରେ ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ କିଶୋରନଗର ଥାନା ଆଇଆଇସି ପ୍ରତିଭା ମାଝିଙ୍କୁ ପଚାରିବାରୁ ସେ କୌଣସି ମନ୍ତବ୍ୟ ନ ଦେଇ ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ। ଅବକାରୀ ବିଭାଗର ଆଠମଲ୍ଲିକ ଉପନୀରିକ୍ଷକ ପ୍ରଫୁଲ କୁମାର ପତି କହିଛନ୍ତି, ବିଭାଗ ପକ୍ଷରୁ ବାରମ୍ବାର ଚଢାଉ କରାଯାଇ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri