କିଷାନ ସହ ମିଶ୍ରଣ ପ୍ରସଙ୍ଗରେ ବର୍ଷିଲା ନବ ନିର୍ମାଣ କୃଷକ ସଂଗଠନ: କହିଲା ‘ଭୋଟ ହାତେଇବା ପାଇଁ ‘କାଳିଆ’ ଏକ ଚାଲ୍‌ ଥିଲା’

ଭୁବନେଶ୍ୱର,୫।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ‘କିଷାନ’ ଯୋଜନା ଓ ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନା ମିଶ୍ରଣ ସୁନିଶ୍ଚିତ ହୋଇଛି। ଆସନ୍ତା ଆର୍ଥିକ ବର୍ଷରୁ ଏହା ଲାଗୁ ହେବାକୁ ଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ନବ ନିର୍ମାଣ କୃଷକ ସଂଗଠନ। ନିର୍ବାଚନ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ପ୍ରସଙ୍ଗ ଏବେ ଚାଲ ବୋଲି ଧରାପଡ଼ିଛି। ମୁଖ୍ୟମନ୍ତ୍ରୀ ନିର୍ବାଚନକୁ ଦେଖି ‘କାଳିଆ’ ଘୋଷଣା କରିଥିଲେ। ଭୋଟ ହାତେଇବା ପାଇଁ ଏହା ଚାଲ ଥିଲା। ଯାହା ଧରାପଡ଼ିଯାଇଛି। ସଂଗଠନ ପକ୍ଷରୁ ଏନେଇ ଏକ ଜନସ୍ବାର୍ଥ ମାମଲା ଦାୟାର କରାଯିବ ବୋଲି କୁହାଯାଇଛି।

ପ୍ରକାଶଯୋଗ୍ୟ, କୃଷମନ୍ତ୍ରୀ ଅରୁଣ ସାହୁ ଗୁରୁବାର ମିଶ୍ରଣ ନେଇ ସୂଚନା ଦେଇଛନ୍ତି। ଦୁଇ ଯୋଜନା ମିଶିଲେ ବି କାଳିଆ ଯୋଜନା ଚାଲୁ ରହିବ ବୋଲି ସେ କହିଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିସାରିଛି। ଏନେଇ ନିୟମାବଳୀ ବି ପ୍ରସ୍ତୁତ ହୋଇସାରିଛି। ତେବେ ପୂର୍ବରୁ କାଳିଆ ଯୋଜନାରେ ୧୦ହଜାର ଟଙ୍କା ଓ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ୬ହଜାର ଟଙ୍କା ମିଳୁଥିଲା। ହେଲେ ଏବେ ନୂଆ ବ୍ୟବସ୍ଥାରେ କେନ୍ଦ୍ର ସରକାରଙ୍କ ୬ହଜାର ଟଙ୍କା ଓ ରାଜ୍ୟ ସରକାର ୪ ହଜାର ଟଙ୍କା ଦେବେ । ଫଳରେ ରାଜକୋଷ ଉପରେ ଚାପ କମିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri