କୁକୁଡ଼ା ଚୋରି ଘଟଣାକୁ ନେଇ ହତ୍ୟା ମାମଲାର ରାୟ : ଅଭିଯୁକ୍ତ ଯୁବକଙ୍କୁ ଆଜୀବନ କାରାଦଣ୍ଡ

ରାଉରକେଲା ଅଫିସ, ୧୨।୧୨- ସୁନ୍ଦରଗଡ଼ ଜିଲା ଛେଣ୍ଡ ଥାନା ଅନ୍ତର୍ଗତ ହଠାତ ବସ୍ତିରେ ଏକ କୁକୁଡ଼ା ଚୋରି ଘଟଣାକୁ ନେଇ ଘଟିଥିବା ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ପ୍ରଥମ ଶ୍ରେଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ଦୀପକ କୁମାର ୧୨ଜଣଙ୍କ ସାକ୍ଷ୍ୟ ଓ ଦସ୍ତାବିଜ ଆଧାରରେ ଅଭିଯୁକ୍ତ ଯୁବକ ଏତୁଆ ମୁଣ୍ଡାରୀ ଓରଫ ବଡ଼କାଙ୍କୁ ସଶ୍ରମ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି। ଜରିମାନା ଅନାଦେୟ ହେଲେ ଅତିରିକ୍ତ ୨ ବର୍ଷ କାରାଦଣ୍ଡାଦେଶ ଭୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ୨୦୧୬ ଅକ୍ଟୋବର ୩ରେ ହଠାତ ବସ୍ତିରେ ଏକ କୁକୁଡ଼ା ଚୋରି ଘଟଣା ଘଟିଥିଲା। ସେହି ବସ୍ତିର ମହିଳା ଅନୀତା ବୁଡ଼ଙ୍କ ଘରୁ ଏକ କୁକୁଡ଼ା ଚୋରି ହୋଇଥିଲା। ପରେ ସେହି ବସ୍ତିରେ ରହୁଥିବା ଅନ୍ୟ ଜଣେ ମହିଳା ସୁଶୀଳା କୁଜୁରଙ୍କ ସମ୍ପର୍କୀୟ ଭାଇ ପ୍ରଦୀପ କୁଲୁ ଏତୁଆ ମୁଣ୍ଡାରୀ ନାଁରେ କୁକୁଡ଼ା ଚୋରି ଅଭିଯୋଗ ଆଣିଥିଲେ। ସେହି ରାତିରେ ପ୍ରଦୀପ ତାଙ୍କ ଭଉଣୀ ସୁଶିଳା ଘରେ ଖାଇବା ସମୟରେ ଏତୁଆ ହଠାତ ଉତ୍ତେଜିତ ହୋଇ ସୁଶିଳାଙ୍କ ଘରେ ପହଞ୍ଚି ଏକ ବାଉଁଶ ବାଡ଼ିରେ ପ୍ରଦୀପଙ୍କ ପଛପଟୁ ମୁଣ୍ଡରେ ପ୍ରହାର କରିଥିଲେ। ପ୍ରଦୀପ ତଳେ ପଡ଼ି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଛଟପଟ ହେବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଭୟରେ ଘଟଣାସ୍ଥଳରୁ ଏତୁଆ ଫେରାର୍‌ ହୋଇଯାଇଥିଲେ। ପରେ ଏ ସମ୍ପର୍କରେ ଛେଣ୍ଡ ଥାନାରେ ୨୦୧୬ ଅକ୍ଟୋବର ୪ରେ ଏକ ମାମଲା (ନଂ.୯୭/୨୦୧୬) ରୁଜୁ ହୋଇଥିଲା। ପୋଲିସ ଘଟଣାର ତଦନ୍ତ କରି ସେତେବେଳେ ଏତୁଆଙ୍କୁ ଗିରଫ କରିଥିଲା। ସେ ସମୟରେ ଏହି ଘଟଣା ସ୍ଥାନୀୟ ବସ୍ତି ସମେତ ସହରରେ ଆଲୋଡ଼ନ ସୃଷ୍ଟି କରିଥିଲା ା ଏହି ମାମଲାକୁ ସରକାରୀ ଓକିଲ ଅଜୟ ପ୍ରଧାନ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri