କୁକୁଡ଼ା ମାଂସ, ଅଣ୍ଡା ଖାଇବା ନିରାପଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କୁକୁଡ଼ା ମାଂସ ଓ ଅଣ୍ଡା ଦ୍ୱାରା ମନୁଷ୍ୟକୁ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପୁଥିବା ନେଇ ଅନେକ ଗୁଜବ ଓ ମିଛ ଖବର ପ୍ରଚାରିତ ହେଉଛି। ଏହାକୁ ବିଶ୍ୱାସ ନ କରିବାକୁ ରବିବାର ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ରତ୍ନାକାର ରାଉତ କହିଛନ୍ତି। ସେ କହିଛନ୍ତି, କରୋନା ସଂକ୍ରମିତ ବ୍ୟକ୍ତିର ସଂସ୍ପର୍ଶରେ ଆସିବା ହିଁ କରୋନା ଭୂତାଣୁ ବ୍ୟାପିବାର ପ୍ରଧାନ କାରଣ। ଯଦିଓ ପ୍ରାଣୀମାନେ କରୋନା ଭୂତାଣୁର ଉତ୍ସ ଭାବେ କାର୍ଯ୍ୟ କରୁଥାଇପାରନ୍ତି, କିନ୍ତୁ ଏହା ମନୁଷ୍ୟରୁ ମନୁଷ୍ୟ ଶରୀରକୁ ବ୍ୟାପିଥାଏ ବୋଲି ବିଶ୍ୱ ପ୍ରାଣୀସ୍ବାସ୍ଥ୍ୟ ସଙ୍ଗଠନ ପ୍ରକାଶ କରିଛନ୍ତି। କୁକୁଡ଼ା ମାଂସ, ଅଣ୍ଡା ଓ ଅନ୍ୟ କୁକ୍କୁଟଜାତୀୟ ପଦାର୍ଥ ଖାଦ୍ୟରେ ଗ୍ରହଣ କରିବା ଦ୍ୱାରା କରୋନା ଭୂତାଣୁ ସଂକ୍ରମଣ ହେବାର ଏଯାବତ୍‌ କୌଣସି ବୈଜ୍ଞାନିକ ପ୍ରମାଣ ମିଳିନାହିଁ। ସାରା ବିଶ୍ୱରେ ମଧ୍ୟ ଏହାର କୌଣସି ନଜିର ନାହିଁ। ତେଣୁ କୁକୁଡ଼ା ମାଂସ ଓ ଅଣ୍ଡା ଖାଇବା ନିରାପଦ ବୋଲି କୁହାଯାଇପାରିବ। କିନ୍ତୁ କୁକୁଡ଼ା ମାଂସ, ଅଣ୍ଡା ଓ ଅନ୍ୟାନ୍ୟ କୁକ୍କୁଟଜାତୀୟ ପଦାର୍ଥ ସଂସ୍ପର୍ଶରେ ଆସିବା ସମୟରେ ପରିଷ୍କାର ପରିଚ୍ଛନ୍ନତା ଅବଲମ୍ବନ କରିବା ନିହାତି ଆବଶ୍ୟକ। ନିୟମିତ ବ୍ୟବଧାନରେ ସାବୁନ୍‌ରେ ହାତ ଧୋଇବା, ଆଲ୍‌କୋହଲଯୁକ୍ତ ଦ୍ରବଣ ହାତରେ ଘଷିବା, କୁକୁଡ଼ା ମାଂସ ଓ ଅଣ୍ଡା ରହିବା ସ୍ଥାନକୁ ସଫାସୁତୁରା ରଖିବା, କଞ୍ଚା କୁକୁଡ଼ା ମାଂସକୁ ଅନ୍ୟାନ୍ୟ ଖାଦ୍ୟଦ୍ରବ୍ୟଠାରୁ ଅଲଗା ରଖିବା ଏବଂ କୁକୁଡ଼ା ମାଂସ ଓ ଅଣ୍ଡାକୁ ଭଲଭାବେ ସିଝାଇ ଖାଇବା ଉଚିତ ବୋଲି ରାଉତ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri