କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଛି। ଏବେ କୁକୁଡ଼ାଖଣ୍ଡିରେ କରୋନା ଭୟର ବାତାବରଣ ସୃଷ୍ଟି ହୋଇଛି। ବ୍ରହ୍ମପୁର ଆମ୍ବ ମାର୍କେଟ ଲିଙ୍କ୍‌ରେ ଗୁଣ୍ଠବନ୍ଧରେ ରହୁଥିବା ଜଣେ ବ୍ୟବସାୟୀ ଆସିଥିବା ବେଳେ ଏହି ଗ୍ରାମରୁ ଗୋଟିଏ ପରିବାରର ଜଣଙ୍କୁ ଶୀତଳାପଲି କୋଭିଡ୍‌ ହସ୍ପିଟାଲ ପଠାଯାଇଥିବା ବେଳେ ଅନ୍ୟ ୨ ଜଣଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଏମ୍‌କେସିଜି ମେଡିକାଲ ପଠାଯାଇଛି। ଫଳରେ ଏହି ଅଞ୍ଚଳକୁ ଏବେ ସିଲ୍‌ କରାଯାଇଛି। ରବିବାର ସକାଳେ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ର , ତହସିଲଦାର ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତତ୍ରାୟ ଭାଉସାହେବ ଓ ସଦର ଥାନା ପୋଲିସ ଉପସ୍ଥିତିରେ ଉପରୋକ୍ତ ଗାଁର ଚତୁଃପାର୍ଶ୍ୱ ରାସ୍ତା ସିଲ୍‌ କରାଯାଇଥିବା ନେଇ ବିଡିଓ ସୂଚନା ଦେଇଛନ୍ତି । ସେହିପରି ଗାଁରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପ୍ରତ୍ୟେକ ପରିବାରବର୍ଗ ନିଜ ନିଜ ଘରେ ସଙ୍ଗରୋଧରେ ରହିବେ। ଅତ୍ୟାବଶ୍ୟକ ସାମଗ୍ରୀ ଓ ସ୍ବାସ୍ଥ୍ୟସେବା ସମ୍ପର୍କିତ ସୁବିଧା ବ୍ଲକ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ବିଡିଓ କହିଛନ୍ତି । ସେହିପରି ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ୨ ଜଣ ଅଧିକାରୀଙ୍କୁ ନୋଡାଲ ଅଫିସର ଭାବେ ନିୟୋଜିତ କରାଯାଇଛି। କରୋନା ସଂକ୍ରମିତ ପରିବାରଙ୍କ ସହ ସମ୍ପର୍କରେ ଆସିଥିବା ଗ୍ରାମର ୬୦ରୁ ଊଦ୍ଧର୍‌ବ ଲୋକଙ୍କ ସୋମବାର ସ୍ବାବ୍‌ ନମୁନା ସଂଗ୍ରହ ପାଇଁ ଗ୍ରାମକୁ ଏକ ଡାକ୍ତରୀ ଦଳ ଆସିବେ ବୋଲି ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri