କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା ଘଟଣାଗୁଡିକରେ ଶାସକ ଦଳର ସମ୍ପୃକ୍ତି ଥିବା ପ୍ରମାଣିତ ହୋଇଛି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ନେତା ବିଭୁ ପ୍ରସାଦ ତରାଇ ବୁଧବାର ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି ଯେ, ସରକାର ‘୫-ଟି ଏବଂ ମୋ ସରକାର’କୁ ବ୍ୟବହାର କରି ‘ବଳାତ୍କାର ଏବଂ ହତ୍ୟା’ ଭଳି ଘଟଣାକୁ ଆତ୍ମହତ୍ୟାର ରୂପ ଦେଉଛନ୍ତି। ଗତ ନଭେମ୍ବର ୧୦ରେ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ପରେ ସେହି ମୃତଦେହ ତିର୍ତ୍ତୋଲ ଅଞ୍ଚଳର ବନ୍ଧବାଟୀ ରେଲୱେ ଟ୍ରାକ୍‌ ନିକଟରୁ ଉଦ୍ଧାର କରାଗଲା। ଏନେଇ ପୀଡିତାଙ୍କ ବାପା ଏତଲା ଦେଇଥିଲେ। ମାତ୍ର ଏତଲାକୁ ଗ୍ରହଣ ନ କରି ଥାନାଧିକାରୀ ଏହାକୁ ୟୁଡି କେସ୍‌ ଭାବେ ଗ୍ରହଣ କରିଥିଲେ। ପରବର୍ତ୍ତୀ ସମୟରେ ପୀଡିତାଙ୍କ ବାପା ଏସ୍‌ପିଙ୍କୁ ଲିଖିତଭାବେ ଜଣାଇବା ପରେ ନଭେମ୍ବର ୨୪ରେ ମୁଖ୍ୟ ଅଭିଯୁକ୍ତଙ୍କ ବିରୋଧରେ ହତ୍ୟା ମକଦ୍ଦମା ରୁଜୁ ହେଲା। ମାତ୍ର ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଧରାଯାଇନାହିଁ। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ଆସନ୍ତା ୧୮ରେ ପାରାଦୀପ ନିକଟସ୍ଥ ବଗଦିଆଠାରେ ରେଳରୋକୋ କରାଯିବା ସହ ଆଗାମୀ ଦିନରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ତରାଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri