କୁଠାରି ମନ୍ଦିର ସମ୍ପତ୍ତି ହଡ଼ପ ମାମଲା :  ବିଧାୟକ ରମେଶଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୩ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ନିରଞ୍ଜନ ଜେନା ଶନିବାର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକରେ ଥିବା କୁଠାରି ମନ୍ଦିର ସମ୍ପତ୍ତି ହଡପ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳି ନ ଥିବାରୁ ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ତାଙ୍କ ବାପା ଅରକ୍ଷିତ ଜେନା, ବ୍ରହ୍ମପୁର ମହାନଗର ନିଗମ ପୂର୍ବତନ କର୍ପୋରେଟର ଆର.ମୁରଲୀ ମୋହନ, ରଞ୍ଜିତ କୁମାର ନାୟକ ଓ ପ୍ରଶାନ୍ତ ପଟ୍ଟନାୟକଙ୍କୁ ରାୟରେ ନିର୍ଦ୍ଦୋଷ ବୋଲି ଉଲ୍ଲେଖ କରିଛନ୍ତି।
ରମେଶ ଓ ଉପରୋକ୍ତ ତାଙ୍କ ସହଯୋଗୀମାନେ ୭ ବର୍ଷ ଧରି କୁଠାରି ମନ୍ଦିର ପରିଚାଳନା ଦାୟିତ୍ୱରେ ଥିବା ସମୟରେ ମନ୍ଦିରର ୩ କୋଟି ୮୭ ଲକ୍ଷ ଟଙ୍କା ହଡପ କରିଥିଲେ। ଏପରିକି ପୂଜକମାନଙ୍କୁ ଗୋତି ଶ୍ରମିକ ଭାବେ ଖଟାଉଥିଲେ ବୋଲି ପୂଜକ ସୁବାସ ବେହେରା, ରାମ ବେହେରା ଓ ନିରଞ୍ଜନ ବେହେରା ୨୦୧୬ ଏପ୍ରିଲ ୨୬ରେ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୬୨/୧୬ରେ ରମେଶ, ତାଙ୍କ ବାପା ଅରକ୍ଷିତଙ୍କ ସମେତ ୫ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା। ପରେ ମାମଲାର ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଟାଉନ ଥାନା ଇନ୍ସପେକ୍ଟର ନୀହାର ରଞ୍ଜନ ପ୍ରଧାନ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଏସ୍‌ଟି ୧୮୨/୧୮ର ବିଚାର ବେଳେ ୮ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ପ୍ରମାଣ ଅଭାବରୁ ଶନିବାର ଉପରୋକ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କିଶୋର ବିଷୋୟୀ, ନିର୍ମଳ ସାହୁ, ରାମ କୁମାର, ଦୀପକ ପଟ୍ଟନାୟକ, ସରୋଜ ଗୌଡ଼ ଓ ଅଶୋକ ଶୁକ୍ଳା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri