Posted inଜାତୀୟ

କୁନାଲ କାମ୍‌ରା ନାମଧାରୀଙ୍କ ଟିକେଟ ବାତିଲ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୭-୨(ପି.ଟି.):ହାସ୍ୟାଭିନେତା କୁନାଲ କାମ୍‌ରାଙ୍କ ନାମରେ ଅନ୍ୟଜଣେ ବ୍ୟକ୍ତିଙ୍କ ଟିକେଟକୁ ଏୟାର ଇଣ୍ଡିଆ ବୁଧବାର ବାତିଲ କରିଥିଲା। ତାଙ୍କ ଟିକେଟକୁ ଭୁଲ୍‌ବଶତଃ ବାତିଲ କରାଯାଇଥିବା ସମ୍ପୃକ୍ତ ବ୍ୟକ୍ତି ଗୁରୁବାର ସୂଚନା ଦେଇଛନ୍ତି। କାଗଜପତ୍ର ଯାଞ୍ଚ ପରେ ତାଙ୍କୁ ବିମାନ ଯାତ୍ରା ଲାଗି ଅନୁମତି ମିଳିଥିଲା। ହାସ୍ୟାଭିନେତା କୁନାଲଙ୍କ ବିମାନ ଯାତ୍ରା ଉପରେ ୪ଟି ଏୟାରଲାଇନ୍ସ ନିଷିଦ୍ଧାଦେଶ ଲଗାଇଥିଲେ। ଏହା ପରେ କୁନାଲ କାମ୍‌ରା ନାମଧାରୀ ଅନ୍ୟଜଣେ ବ୍ୟକ୍ତିଙ୍କ ଟିକେଟକୁ ଏୟାର ଇଣ୍ଡିଆ ବାତିଲ କରିଦେଇଥିଲା। ତାଙ୍କ ନାଁ କଳା ତାଲିକାରେ ଅଛି ବୋଲି ବିମାନ କର୍ମଚାରୀ କହିବାରୁ ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସୂଚନାଯୋଗ୍ୟ, ନିକଟରେ ଇଣ୍ଡିଗୋ ବିମାନରେ ରିପବ୍ଲିକ୍‌ ଟିଭିର ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ କୁନାଲଙ୍କ ବିମାନଯାତ୍ରା ଉପରେ କଟକଣା ଲଗାଯାଇଥିଲା। ଏୟାର ଇଣ୍ଡିଆ, ସ୍ପାଇସ୍‌ଜେଟ ଏବଂ ଗୋଏୟାର ଅନ୍ୟାଦେଶ ପର୍ଯ୍ୟନ୍ତ ହାସ୍ୟାଭିନେତାଙ୍କ ବିମାନ ଯାତ୍ରା ଉପରେ କଟକଣା ଲଗାଇଥିବାବେଳେ ଇଣ୍ଡିଗୋ ୬ ମାସ ପାଇଁ ନିଷିଦ୍ଧାଦେଶ ଲଗାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri