କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର

କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ଦ୍ୱାରା ତଦନ୍ତ କରାଯିବ ବୋଲି ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ବିଚାରପତି କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ଏସ୍‌ଆଇଟିରେ ରାଜ୍ୟସ୍ତରୀୟ ଓ କେନ୍ଦ୍ର ଏଜେନ୍ସି ଅଧିକାରୀଙ୍କୁ ସାମିଲ କରିବା ଲାଗି ହାଇକୋର୍ଟ ପ୍ରସ୍ତାବ ଦେଇଛନ୍ତି। ଭାଜପା ନେତା ଖାରବେଳ ସ୍ବାଇଁ ଏବଂ ପୀଡ଼ିତାଙ୍କ ମା’ ଓ ଭାଇଙ୍କ ଦ୍ୱାରା ହୋଇଥିବା ଆବେଦନ ଉପରେ ହାଇକୋର୍ଟ ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏସ୍‌ଆଇଟି ତଦନ୍ତ ପାଇଁ ଆବେଦନକାରୀ ୬ ଜଣଙ୍କ ନାମ ସୁପାରିସ କରିପାରିବେ ଓ ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ହାଇକୋର୍ଟ ମନୋନୀତ କରିବେ। ଏହି ଟିମ୍‌ରେ ୨ ଜଣ କେନ୍ଦ୍ରୀୟ ଏଜେନ୍ସି ଅଧିକାରୀ ଓ ଜଣେ ରାଜ୍ୟ ଏଜେନ୍ସି ଅଧିକାରୀ ରହିବେ ବୋଲି ହାଇକୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୭ ଅକ୍ଟୋବର ୧୦ରେ ପୀଡ଼ିତା ସ୍କୁଲରୁ ଘରକୁ ଫେରୁଥିବା ବେଳେ ନିଛାଟିଆ ରାସ୍ତାରେ ତାଙ୍କୁ ଗଣବଳାତ୍କାର କରାଯାଇଥିଲା। ଅଭିଯୁକ୍ତମାନେ ଯବାନ ପୋଷାକ ପିନ୍ଧି ପୀଡ଼ିତାଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କୁନ୍ଦୁଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୁସ୍ଥ ହେବା ପରେ ସେ ସୁଧାର ଗୃହକୁ ଫେରିଥିଲେ। ମାତ୍ର ପୁଣି ଥରେ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଘଟିବାରୁ ତାଙ୍କୁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସୁସ୍ଥ ହୋଇ ଘରକୁ ଫେରିବା ପରେ ସେ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କୁନ୍ଦୁଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri