କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ

ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟମୟ। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ସେ ନେଇ ଅଧିକ ତଦନ୍ତର ଆବଶ୍ୟକତା ଥିବା କମିଶନ ତାଙ୍କ ରିପୋର୍ଟରେ ଦର୍ଶାଇଛନ୍ତି। ଏହି ଘଟଣାରେ ବିରୋଧୀ ଦଳ ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରିଥିଲେ ବୋଲି ମଧ୍ୟ ଦର୍ଶାଇଛନ୍ତି। ଅନ୍ୟପଟେ କମିଶନ ଏହି ତଦନ୍ତ ଶେଷ କରି ୨୦୧୮ ସେପ୍ଟେମ୍ବର ୨୦ରେ ରିପୋର୍ଟ ପ୍ରଦାନ କରିଥିଲେ। ମାତ୍ର ସରକାର ରିପୋର୍ଟ ପାଇ ଏତେଦିନ କାହିଁକି ଚୁପ୍‌ ବସି  ବୋଲି ବିରୋଧୀ ପ୍ରଶ୍ନ କରିଛନ୍ତି।
ଗୃହରେ ରିପୋର୍ଟ ଉପସ୍ଥାପନ ହେବାପରେ ଏହାର ତଦନ୍ତର ଦିଗ ଓ ସତ୍ୟତାକୁ ନେଇ ରବିବାର କଂଗ୍ରେସ ପ୍ରଶ୍ନ ଉଠାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ଆମ ପ୍ରଶାସନ ଏତେ ଦକ୍ଷ ଯେ, ବଳାତ୍କାରର ଅଭିଯୁକ୍ତ କିଏ ଜାଣିପାରିଲା ନାହିଁ। ମାମଲାକୁ ଷ୍ଟେଜ ମ୍ୟାନେଜ କରାଯିବାକୁ ଚେଷ୍ଟା କରାଯାଇଛି। ପୂର୍ବରୁ ବଳାତ୍କାର ତଦନ୍ତ ରିପୋର୍ଟରୁ ବହୁତ କିଛି ହେରଫେର କରାଯାଇଛି। ଏହି ଘଟଣାର ସତ୍ୟତା ଉପରୁ ପରଦା ହଟାଇବାକୁ ହେଲେ ଏହାର ଏସ୍‌ଆଇଟି ତଦନ୍ତ ହେବା ଆବଶ୍ୟକ ବୋଲି ନିରଞ୍ଜନ କହିଛନ୍ତି। ଭାଜପା ନେତା ଖାରବେଳ ସ୍ବାଇଁ କହିଛନ୍ତି, ସରକାର ବର୍ଷକ ଆଗରୁ ରିପୋର୍ଟ ପାଇଥିଲେ ମଧ୍ୟ କାହିଁକି ଚପାଇ କି ରଖିଲେ। ଏହା ମଧ୍ୟ ଏକ ରହସ୍ୟମୟ ଘଟଣା ବୋଲି ସେ କହିଛନ୍ତି। ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସରକାର ଏହି ମାମଲା ଚପାଇ ଦେବାକୁ ଉଦ୍ୟମ କରିଛନ୍ତି। ପ୍ରଥମରୁ ହିଁ ତଦନ୍ତକୁ ଦିଗହରା କରାଯାଇଛି। କାହାକୁ ବଞ୍ଚାଇବା ପାଇଁ ସରକାର ଏମିତି କରିଛନ୍ତି ସ୍ପଷ୍ଟ କରନ୍ତୁ। ଏହି ଘଟଣାର ଅଧିକ ତଦନ୍ତ ହେବାର ଆବଶ୍ୟକତା ଥିବା ହରିଚନ୍ଦନ କହିଛନ୍ତି। ଶାସକ ଦଳ ବିଧାୟକ ଶଶିଭୂଷଣ ବେହେରା କହିଛନ୍ତି, ବର୍ତ୍ତମାନ ସ୍ଥିତିରେ ଏହା ଉପରେ କୌଣସି ମତ ରଖିବାକୁ ଚାହୁଁନାହିଁ। ସରକାର ଜନସାଧାରଣଙ୍କ ଦାବିକୁ ସମ୍ମାନ ଜଣାଇ କମିଶନ ବସାଇଥିଲେ। କମିଶନ ତଦନ୍ତ କରିବା ପରେ ସରକାର ବିଧାନସଭାରେ ରିପୋର୍ଟ ଉପସ୍ଥାପିତ କରିସାରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri