Posted inଜାତୀୟ

କୁମାରସ୍ବାମୀଙ୍କ ଶକ୍ତି ପରୀକ୍ଷା: ବିଦ୍ରୋହୀଙ୍କୁ ଗୃହରେ ଉପସ୍ଥିତ ରହିବାକୁ ବାଧ୍ୟ କରାଯାଇପାରିବ ନି କହିଲେ ସୁପ୍ରିମ୍‌କୋର୍ଟ

ବେଙ୍ଗାଲୁର୍‌,୧୭।୭: କର୍ନାଟକରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି.କୁମାରସ୍ବାମୀ ବିଧାନସଭାରେ ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ଉପରେ ବାଚସ୍ପତି ମୁକ୍ତ ଭାବେ ନିଷ୍ପତ୍ତି ନେଇପାରିବେ  ବୋଲି ବୁଧବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ସେହିପରି ବିଦ୍ରୋହୀ ୧୬ ଜଣ ବିଧାୟକଙ୍କୁ ଶକ୍ତି ପରୀକ୍ଷା ସମୟରେ ଗୃହରେ ଉପସ୍ଥିତ ରହିବାକୁ ବାଧ୍ୟ କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। କର୍ନାଟକ ବିଧାନସଭାରେ ସମ୍ପ୍ରତି ୨୨୪ ଜଣ ସଦସ୍ୟ ଅଛନ୍ତି ବାଚସ୍ପତିଙ୍କୁ ବାଦ୍‌ ଦେଲେ ଏହି ସଂଖ୍ୟା ୨୨୩ ହେଉଛି। ଗୃହରେ ବହୁମତ ପାଇଁ ୧୧୨ ଜଣ ସଦସ୍ୟଙ୍କ ଆବଶ୍ୟକତା ପଡ଼ିବ। ତେବେ କୁମାରସ୍ବାମୀଙ୍କ ମେଣ୍ଟ ସରକାର ସଦସ୍ୟ ସଂଖ୍ୟା ୧୧୬ ରହିଛି। ସେଥିମଧ୍ୟରେ କଂଗ୍ରେସ ୭୮, ଜେଡିଏସ୍‌ ୩୭ ଏବଂ ବିଏସ୍‌ପିର ଜଣେ ସଦସ୍ୟ ଅଛନ୍ତି। ମାତ୍ର ୧୬ ଜଣ ବିଦ୍ରୋହୀଙ୍କୁ ବାଦ୍‌ ଦେଲେ ଗୃହର ସଦସ୍ୟ ସଂଖ୍ୟା ବାଚସ୍ପତିଙ୍କୁ ଛାଡ଼ି ୨୦୭ ରହିବ। ଏପରିସ୍ଥଳେ ବହୁମତ ପାଇଁ ୧୦୪ ଜଣ ସଦସ୍ୟଙ୍କ ଆବଶ୍ୟକ ହେବ। ଏପରିସ୍ଥଳେ କୁମାରସ୍ବାମୀଙ୍କ ପାଖରେ ଶହେ ଜଣ ସଦସ୍ୟ ରହିବେ। ଅପରପକ୍ଷରେ ବି.ଏସ୍‌. ୟେଦୁରପ୍ପାଙ୍କ ପାଖରେ ୧୦୫ ସଦସ୍ୟ ଅଛନ୍ତି। ଏଥିରେ ୨ଜଣ ନିର୍ଦ୍ଦଳୀୟ ସଦସ୍ୟଙ୍କୁ ମିଶାଇଲେ ଏହା ୧୦୭ ହେବ। ଏହା ଦ୍ୱାରା ସେ ସରକାର ଗଠନ କରିବା ଲାଗି ସୁଯୋଗ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri