Posted inଜାତୀୟ

କୁମାରୀତ୍ୱ ପରୀକ୍ଷା ପାଇଁ ମନା କରିବାରୁ ସମାଜରୁ ବାସନ୍ଦ ହେଲେ ଯୁବତୀ

ପୁଣେ, ୧୭।୫: ମହାରାଷ୍ଟ୍ରର ଥାନେ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ପୂର୍ବରୁ କୁମାରୀତ୍ୱ ପରୀକ୍ଷାକୁ କରିବାକୁ ବିରୋଧ କରିବାକୁ ଜଣେ ଯୁବତୀଙ୍କୁ ସମାଜରୁ ବାସନ୍ଦ ହେବାକୁ ପଡିଛି। ଫଳରେ ସେ ପୋଲିସର ସହାୟତା ପାଇଁ ଥାନାରେ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ଅମ୍ବରନାଥ ନିବାସୀ ବିବେକ ଏବଂ ଐଶ୍ଚର୍ଯ୍ୟାଙ୍କୁ ଗତ ଏକ ବର୍ଷ ହେଲା ଏଭଳି ବହିଷ୍କାର ସାମ୍ନା କରିବାକୁ ପଡିଛି। ଐଶ୍ଚର୍ଯ୍ୟାଙ୍କୁ ବିବାହ ପୂର୍ବରୁ କଞ୍ଜରଭାଟ୍‌ ସମୁଦାୟର ଲୋକେ କୁମାରୀତ୍ୱ ପରୀକ୍ଷା କରିବାକୁ କହିଥିଲେ। କିନ୍ତୁ ସେ ଏହାର ବିରୋଧ କରିଥିଲେ। ଏକ ହ୍ବାଟ୍ସଆପ୍‌ ଗ୍ରୁପ୍‌ ଜରିଆରେ ସେ କଞ୍ଜରଭାଟ୍‌ ସମୁଦାୟର କିଛି ଯୁବକଙ୍କୁ ଏକାଠି କରି କୁମାରୀତ୍ୱ ପରୀକ୍ଷା ପ୍ରଥା ଉଠାଇବା ପାଇଁ ପ୍ରୟାସ କରିଥିଲେ। ଏବଂ ପରେ ନିୟମକୁ ବେଖାତିର କରି ବିବେକଙ୍କୁ ବିବାହ କରିଥିଲେ। କଞ୍ଜରଭାଟ୍‌ ସମୁଦାୟର ଲୋକେ ଉକ୍ତ ନବଦମ୍ପତ୍ତିଙ୍କୁ ଗାଁରୁ ବହିଷ୍କାର କରିଦେଇଥିଲେ। ସୂଚନାଯୋଗ୍ୟ, କଞ୍ଜରଭାଟ୍‌ ସମୁଦାୟ ଲୋକେ ବିବାହ ପୂର୍ବରୁ କୁମାରୀତ୍ୱ ପରି ପରୀକ୍ଷା କରାଯାଏ। କୌଣସି ମହିଳା ଏଥିରେ ଅସଫଳ ହେଲେ ତାଙ୍କ ପରିବାର ଉପରେ ଜରିମାନା ଲଗାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri