କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ

ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍‌ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଅନେକ ବଦାନ୍ୟ ବ୍ୟକ୍ତି ଦାନ କରିବାକୁ ଆଗେଇ ଆସିଛନ୍ତି। ଠିକ୍‌ ସେହିପରି ତାଳଚେର ଭଉଣୀ-ଭାଇ କୁମ୍ପି ଭାଙ୍ଗି ଟଙ୍କା ଦାନ କରିଛନ୍ତି। ଜଗନ୍ନାଥପୁର ଗାଁର ପ୍ରଦ୍ୟୁମ୍ନ କୁମାର ମିଶ୍ରଙ୍କ ପ୍ରଥମ ଶ୍ରେଣୀରେ ପଢୁଥିବା ପୁଅ ଶୁଭମ ଓ ପଞ୍ଚମ ଶ୍ରେଣୀରେ ପଢୁଥିବା ଝିଅ ଉଲ୍ଲପୀ ସବୁଦିନ ବାପା-ମା’ଙ୍କ ପାଖରୁ ଖୁଚୁରା ଟଙ୍କା ନେଇ କୁମ୍ପିରେ ରଖିଥାନ୍ତି। ତେବେ ବର୍ତ୍ତମାନ ପରିସ୍ଥିତି ଦେଖି ଉଭୟ ଭଉଣୀ ଭାଇ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ତାଙ୍କ ସଞ୍ଚିତ ଅର୍ଥ ଦେବା ପାଇଁ ମନସ୍ଥ କରିଥିଲେ। ଏଥିରେ ତାଙ୍କ ବାପା ତାଙ୍କୁ ସହଯୋଗ କରିଥିଲେ। କୁମ୍ପି ଭାଙ୍ଗି ବ୍ୟାଙ୍କରେ ଡିମାଣ୍ଡ ଡ୍ରାଫ୍ଟ ତିଆରି କରି ସମୁଦାୟ ୧୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରବିବାର ତାଳଚେର ଉପ-ଜିଲାପାଳଙ୍କ ଜରିଆରେ ଦାନ କରିଛନ୍ତି । ଦେଶର ଏଭଳି ସଙ୍କଟ ସମୟରେ ସରକାରଙ୍କୁ ସହାୟତା କରିବା ଅତ୍ୟନ୍ତ ଜରୁରୀ ଭାବି ସେମାନେ ଏହି ଟଙ୍କା ଦେଇଥିବା କହିଛନ୍ତି । ଏହା ସହ କରୋନା ଯୁଦ୍ଧରେ ସାମିଲ ହୋଇ ନିଜ ସାମର୍ଥ୍ୟ ଅନୁଯାୟୀ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ପାଇଁ ରାଜ୍ୟବାସୀଙ୍କୁ ସେ ନିବେଦନ କରିଛନ୍ତି। ଏଭଳି ମହତ କାର୍ଯ୍ୟ ପାଇଁ ସ୍ଥାନୀୟ ଅଞ୍ଚଳ ବାସିନ୍ଦା ସେମାନଙ୍କୁ ଅନେକ ପ୍ରଶଂସା କରିଛନ୍ତି। କେବଳ ଯେ ଟଙ୍କା ଦାନ କରିଛନ୍ତି ତାହା ନୁହେଁ, ହାତ ଧୋଇବା, ମାସ୍କ ବାନ୍ଧିବା ଏବଂ ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ଉଭୟ ସଚେତନ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri