କୁଲଡିହା ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ: ଜଣେ ଗିରଫ, ଦୁଇ ଫେରାର

ସଜନାଗଡ଼,୬।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟ ଭିତରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି।
ଗୁରୁବାର ବିଳମ୍ବିତ ରାତିରେ ଶିଆଡ଼ିମାଳ ପଞ୍ଚାୟତର ବଡ଼ନାଳ ଗ୍ରାମର ନାଲୁ ସିଂ ଓ ତାଙ୍କର ଦୁଇ ସହଯୋଗୀ କୁଲଡିହାକୁ ଶିକାର କରିବାକୁ ଯାଉଥିବା ବେଳେ ବ୍ରାହ୍ମଣୀହୁଡ଼ି ନିକଟରେ ବନବିଭାଗ ହାତରେ ଧରାପଡ଼ିଥିଲେ। ୨ ସହଯୋଗୀ ବନ୍ଧୁକ ସହ ଫେରାର ହୋଇଯାଇଥିବା ବେଳେ ନାଲୁଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନିକଟରୁ ଗୋଳା ବାରୁଦ, ବନ୍ଧୁକରେ ବ୍ୟବହୃତ ଗୁଳି, ଟର୍ଚ୍ଚ, ଶାବଳ, କଟୁରି ଇତ୍ୟାଦି ଜବତ କରାଯାଇଛି। ଏହି ଚଢ଼ାଉରେ କୁଲଡିହା ରେଞ୍ଜର ବିଜୟ ମହାମାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଫରେଷ୍ଟର ଗାର୍ଡ, ସବୁଜବାହିନୀ ସାମିଲ ଥିଲେ। ସେହିପରି ବୁଧବାର ମଧ୍ୟ ପୁଟିବନ୍ଧ ଗ୍ରାମର ମୁନସୀ ସିଂ ନାମକ ଜଣେ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri