Posted inଖେଳ

କୁଲସେକରାଙ୍କ ଅବସର

କଲମ୍ବୋ,୨୪।୭- ପୂର୍ବତନ ଶ୍ରୀଲଙ୍କା ବୋଲର ନୂଆନ କୁଲସେକରା ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କିମ୍ବଦନ୍ତୀ ପେସର ଲସିଥ ମାଲିଙ୍ଗା ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରୁ ଅବସର ନେବା ଲାଗି ଇଚ୍ଛା ପ୍ରକାଶ କରିବା ପରେ କୁଲସେକରା ଏହି ନିଷ୍ପତ୍ତି ନେଇଛନ୍ତି। ପୂର୍ବତନ ଶୀର୍ଷ ର଼୍ୟାଙ୍କ୍‌ଧାରୀ ପେସର ୧୯୯ ଉଇକେଟ ସହ କ୍ୟାରିୟର ଶେଷ କରିଛନ୍ତି। ଶ୍ରୀଲଙ୍କା ପାଇଁ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ମଧ୍ୟରେ ସେ ୫ମ ସ୍ଥାନରେ ରହିଛନ୍ତି। ଭେଟେରାନ ପେସର ୨୦୧୩ରେ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆରେ ୨୨ ରନ୍‌ ବିନିମୟରେ ୫ ଉଇକେଟ ନେଇଥିଲେ, ଯାହାକି ତାଙ୍କ କ୍ୟାରିୟରର ଶ୍ରେଷ୍ଠ ସ୍ପେଲ। ୨୦୦୩ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା କୁଲସେକରା ୨୦୧୭ରେ ଅନ୍ତିମ ଥର ଦିନିକିଆ କ୍ରିକେଟ ଖେଳିଥିଲେ। ସେ ଜଣେ ଦକ୍ଷ ନିମ୍ନକ୍ରମର ବ୍ୟାଟ୍ସମ୍ୟାନ ମଧ୍ୟ। ୨୦୦୫ରେ ଅନ୍ତର୍ଜାତୀୟ ଟେଷ୍ଟ ଖେଳ ଆରମ୍ଭ କରିଥିବା ବୋଲରଙ୍କ ନାମରେ ଲମ୍ବା ଫର୍ମାଟରେ ୪୮ ଉଇକେଟ ରହିଛି। ଟି୨୦ ଫର୍ମାଟ୍‌ରେ ସେ ୬୬ ଉଇକେଟ ସହ ଶ୍ରୀଲଙ୍କା ଲାଗି ଯୁଗ୍ମ ଦ୍ୱିତୀୟ ସର୍ବାଧିକ ଉଇକେଟ ନେଇଥିବା ବୋଲର। ସେ ୨୦୧୪ ଟି୨୦ ଚାମ୍ପିୟନ ଦଳର ମଧ୍ୟ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri