କୁଳପତିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଠିକ୍‌ ସମୟରେ ପରୀକ୍ଷା, ଫଳ ପ୍ରକାଶ କର

ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଶ୍ୱବିଦ୍ୟାଳୟରେ ଠିକ୍‌ ସମୟରେ ପରୀକ୍ଷା କରାଯିବ। ସେହିପରି ପରୀକ୍ଷା ଫଳ ମଧ୍ୟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ। ଆସନ୍ତା ଶିକ୍ଷାବର୍ଷରୁ କୌଣସି ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଶନିବାର ମୁଖ୍ୟମନ୍ତ୍ରୀ ଆଲୋଚନା ସମୟରେ ଏହି ପରାମର୍ଶ ଦେଇଛନ୍ତି। କ୍ୟାମ୍ପସରେ ଅନୁଶାସନ ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। କ୍ୟାମ୍ପସରେ ବାହାର ଲୋକଙ୍କ ହସ୍ତକ୍ଷେପକୁ ବରଦାସ୍ତ କରାଯିବା ଉଚିତ ନୁହେଁ। ଅଣ-ଛାତ୍ର ଏବଂ ଅନଧିକୃତ ବ୍ୟକ୍ତିଙ୍କଠାରୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ମୁକ୍ତ ରଖିବା ଜରୁରୀ। ଆଗାମୀ ନାକ୍‌ ରେଟିଂ ଏବଂ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି ଆଣିବାକୁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କୁଳପତିଙ୍କୁ ପରାମର୍ଶ ଦେଇ କହିଲେ, ମୁଁ ଆଶା କରେ ଆପଣ ସମସ୍ତେ ବିଶ୍ୱବିଦ୍ୟାଳୟ ପରିସର ଭିତରେ ଅଧିକ ସମୟ ଛାତ୍ରୀଛାତ୍ରଙ୍କ ସହିତ କଥାବାର୍ତ୍ତା କରନ୍ତୁ। ଅନୁବନ୍ଧିତ କଲେଜଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ନିଶ୍ଚିତ କରନ୍ତୁ। କୁଳପତି, ବରିଷ୍ଠ ଅଧିକାରୀ ଏବଂ ଅଧ୍ୟାପିକାମାନେ ସମୟ ସମୟରେ ଅନୁବନ୍ଧିତ କଲେଜଗୁଡ଼ିକୁ ଆକସ୍ମିକ ପରିଦର୍ଶନରେ ଯାଆନ୍ତୁ। ଗବେଷଣା, ଅନୁସନ୍ଧାନ ଏବଂ ପ୍ରକାଶନ ପାଇଁ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରନ୍ତୁ। ପ୍ରଫେସର, ଅଧ୍ୟାପକ, ଶିକ୍ଷକ ନିଯୁକ୍ତିରେ ସ୍ବଚ୍ଛତା ରଖନ୍ତୁ। ପାଣ୍ଠିର କୌଣସି ପ୍ରତିବନ୍ଧକ ରହିବ ନାହିଁ। ରାଜ୍ୟ ସରକାର ସମସ୍ତ ସମ୍ଭାବ୍ୟ ଉପାୟରେ ବିଶ୍ୱବିଦ୍ୟାଳୟଗୁଡ଼ିକୁ ସମର୍ଥନ କରିବେ। ଆମ ବିଶ୍ୱବିଦ୍ୟାଳୟଗୁଡ଼ିକ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଶୀଘ୍ର ସଫଳତା ହାସଲ କରିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri