କୁଶକିଳା ଡବଲ ମର୍ଡର ମାମଲା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ

ଅନୁଗୋଳ ଅଫିସ,୨୬।୯ – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ୨୦୧୬ରେ ଘଟିଥିବା ରାଜ କିଶୋର ସାହୁଙ୍କ ପୁଅ ଯୋଗେଶ୍ୱର ସାହୁ(୩୬) ଏବଂ ପୁତୁରା ହିରଣାକ୍ଷ ସାହୁ(୩୨)ଙ୍କ ହତ୍ୟା ମାମଲାର ଶୁଣାଣି ଶେଷ ହୋଇଛି। ଅନୁଗୋଳ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟ ଏହି ମାମଲାର ଶୁଣାଣି କରି ବୁଧବାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତେବେ ରାୟକୁ ଅଦାଲତ ସଂରକ୍ଷିତ ରଖିଥିବା ବେଳେ ଅଭିଯୁକ୍ତ ଝସକେତନଙ୍କ ବିରୋଧରେ ଆହୁରି ୨ଟି ହତ୍ୟା ମାମଲା ଏହି କୋର୍ଟରେ ବିଚାରାଧୀନ ରହିଛି।

କୋର୍ଟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ଅଭିଯକ୍ତ ଝସକେତନଙ୍କ ବିରୋଧରେ ମୋଟ୍‌ ୪ଟି ହତ୍ୟା ମାମଲା ରହିଛି। ସେଥିରୁ କୁଶକିଳାର ଦୁଇ ଭାଇ ଯୋଗେଶ୍ୱର ଏବଂ ହିରଣାକ୍ଷ ସାହୁଙ୍କୁ ହତ୍ୟା କରିବା ଓ ପ୍ରମାଣନଷ୍ଟ କରିବାକୁ ଉଦ୍ୟମ କରିବା ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ତେବେ ପୋଲିସ ଲଗାଇଥିବା ଅପହରଣ ମାମଲାକୁ କୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ୨୦୧୫ ମେ ୨୨ରେ ଛେଣ୍ଡିପଦା ଥାନା କୁକୁରପେଟା ନୂଆମୌଜାର ମାଉସୀ ଅବଳା ଗଡ଼ନାୟକ(୬୪) ଏବଂ ପୁତୁରା କୁମୁଦ ଚନ୍ଦ୍ର ସାହୁ(୨୮)ଙ୍କ ହତ୍ୟା ମାମଲର ବିଚାର ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ଉକ୍ତ ମାମଲାରେ ତଦନ୍ତକାରୀ ଅଧିକାରୀଙ୍କ ପ୍ରମାଣ ଉପସ୍ଥାପନ ବାକି ରହିଛି। ସେହିପରି ଜେଲ ହାଜତରେ ଥାଇ ୨୦୧୬ ଡିସେମ୍ବର ୨୩ରେ ରାଜକିଶୋର ସାହୁଙ୍କ ପରିବାର ଲୋକଙ୍କୁ ହତ୍ୟା ପାଇଁ ଷଡଯନ୍ତ୍ର ଓ କୋର୍ଟ ହାଜତରୁ ଫେରାର ହେବା ମାମଲାର ବିଚାର ପ୍ରକ୍ରିୟା ଭିଡିଓ କନଫରେନ୍ସ ଜରିଆରେ କରାଯାଉଛି। ପ୍ରଥମେ ପିପି ମହେନ୍ଦ୍ର ବସ୍ତିଆ ମାମଲା ପରିଚାଳନା କରୁଥିବାବେଳେ ବର୍ତ୍ତମାନ କ୍ୟାଡର ପିପି ପ୍ରଦୀପ ଦାସ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri