ଖଜୁରିପଡା,୨୬।୫(ଡି.ଏନ୍.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍ଜିଏନ୍ଆର୍ଇଜିଏସ୍ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସନ୍ୟାସୀ କହଁର (୫୪)। ଏନେଇ ଲୋଚାପଡା ଥାନାରେ ନଂ.୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ସନ୍ୟାସୀ ଶନିବାର ସନ୍ୟାସୀଙ୍କର କୂଅ ଖୋଳା କାମ ଚାଲିଥିଲା। ସେ କୂଅ ଭିତରୁ ମାଟି କାଢୁଥିବାବେଳେ ଖସି ପଡିଥିଲେ। କୂଅ ଭିତରେ ଥିବା ପଥରରେ ମାଡ ହୋଇ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲା। ଦିନତମାମ ମୃତଦେହକୁ ରଖିବାପରେ ରାତି ପ୍ରାୟ ୧୨ରେ ଏକ ଓଟଗାଡି ଯୋଗେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ନିଆଯାଇଥିଲା। ଏହା ଏମ୍ଜିଏନ୍ଆର୍ଇଜିଏସ୍ କାମ ହୋଇଥିବାରୁ ଏନେଇ ଫୁଲବାଣୀ ବିଡ଼ିଓ ସୁବ୍ରତ କୁମାର ଜେନାଙ୍କୁ ପଚାରିବାରୁ ସେ କହିଲେ, ଘଟଣା ସତ୍ୟ, ରବିବାର ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ
ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…
ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…
ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…
ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…
ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…
ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…
ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…
ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍, ଆଉ ତା’ପରେ…
ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…
ସମ୍ଭାବନାର ଉପପାଦ୍ୟ
ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍ ଜୋର୍ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…
ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍ ତାର
ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…
Archives

