କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ ପ୍ରଧାନ ଗୁରୁତର ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
କୈଳାସ, ପ୍ରଦୀପ ଓ ବାବୁ ଶନିବାର ସନ୍ଧ୍ୟାରେ କୂଅ ସଫା କରିବାକୁ ଭିତରକୁ ପଶିଥିଲେ। ମାତ୍ର ସେମାନେ ଆଉ ବାହାରକୁ ବାହାରି ପାରି ନ ଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ୩ଜଣଙ୍କୁ ଉଦ୍ଧାର କରି ଜଗନ୍ନାଥପ୍ରସାଦ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅଶୋକ କୁମାର ସାବତ କୈଳାସ ଓ ପ୍ରଦୀପଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ବାବୁଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ଯୁବରାଜ ସ୍ବାଇଁ ପହଞ୍ଚତ୍ ମୃତଦେହ ଜବତ କରିଛନ୍ତି। ଜଗନ୍ନାଥ ପ୍ରସାଦ ତହସିଲଦାର ବାସୁଦେବ ପାଣ୍ଡେ ଓ ଅତିରିକ୍ତ ତହସିଲଦାର ବାରିଆଲ ମୁର୍ମୁ, କାଦୁଆ ରାଜସ୍ବ ନିରୀକ୍ଷକ ସୀମାଞ୍ଚଳ ମଲ୍ଲିକ ରାତିରେ ଗଁାରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ୧୦ ହଜାରଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri