କୂଅକୁ ଠେଲି ଦାଦାଙ୍କୁ ହତ୍ୟା ଅଭିଯୋଗ, ପୁତୁରା ଅଟକ

ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗାଁର ଜଗଦାନନ୍ଦ ବେହେରା ମଙ୍ଗଳବାର ତାଙ୍କ କ୍ଷେତରେ ଥିବା କୂଅ ପାଖରେ ଠିଆ ହୋଇଥିବା ବେଳେ ସମ୍ପର୍କୀୟ ପୁତୁରା ବାଙ୍କନିଧି ବେହେରା ତାଙ୍କୁ କୂଅକୁ ଠେଲି ଦେଇ ନିଜେ ମଧ୍ୟ କୂଅକୁ ଲମ୍ଫ ପ୍ରଦାନ କରିଥିଲେ। କିଛି ସମୟ ପରେ କୂଅ ଭିତରେ ଜଗଦାନନ୍ଦଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଓ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିି କୂଅ ଭିତରୁ ଜଗଦାନନ୍ଦଙ୍କ ମୃତଦେହ ଓ ପୁତୁରା ବାଙ୍କନିଧିଙ୍କୁ ଉଦ୍ଧାର କରିଥିଲେ। ଜଗଦାନନ୍ଦଙ୍କୁ ବାଙ୍କନିଧି ହତ୍ୟା କରିଥିବା ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ପୋଲିସ ବାଙ୍କନିଧିଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି। ଅଟକ ବାଙ୍କନିଧିଙ୍କ ବିରୋଧରେ ପୂର୍ବରୁ ହତ୍ୟା ଅଭିଯୋଗ ରହିଛି। ୨୦୧୪ ମସିହାରେ ବାଙ୍କନିଧି ଏକ ଶିଶୁବଳି ଘଟଣାରେ ଗିରଫ ହୋଇ ଜେଲ ଯାଇଥିଲେ। ପରେ ସେ ଜାମିନରେ ବାହାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri