କୂଅରେ ବୁଡି ବୃଦ୍ଧଙ୍କ ମୃତ୍ୟୁ ଘଟଣା: ରାତି ଅଧରେ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବ୍ୟଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ୩ ସମ୍ପର୍କୀୟ ମାଡ଼ ମାରିବା ସହ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ନେଇ ମଙ୍ଗଳବାର ପାଟଣା ଥାନାରେ ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଗୁଡିପୋଖରୀ ଗ୍ରାମର ନନ୍ଦ କିଶୋର ମହାନ୍ତ(୭୦) ସୋମବାର ସନ୍ଧ୍ୟାରେ କୂଅରେ ପଡ଼ିଥିଲେ। ପରେ ପରିବାର ଲୋକ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡ୍ୟୁଟିରେ ଥିବା ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ରାତିରେ ମୃତଦେହ ବ୍ୟବଚ୍ଛେଦ ଲାଗି ଦାବି କରିବା ସହ କାହିଁକି ବ୍ୟବଚ୍ଛେଦ ହେବନି ବୋଲି କହି ନନ୍ଦ କିଶୋରଙ୍କ ୩ ସମ୍ପର୍କୀୟ ଅସଭ୍ୟ ଭାଷାରେ ଡାକ୍ତରଙ୍କୁ ଗାଳି ଗୁଲଜ କରିଥିଲେ। ପରେ ଠେଲାପେଲା କରିବା ସହ ମାଡ଼ ମାରିଥିବା ନେଇ ଡାକ୍ତର ଶୁଭେନ୍ଦୁ ସାଗର ନାଏକ ଏବଂ ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ଚିତ୍ତରଞ୍ଜନ ନାଏକ ପାଟଣା ଥାନାରେ ମଙ୍ଗଳବାର ଅଭିଯୋଗ କରିଛନ୍ତି। ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ୨୭/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri