Posted inଜାତୀୟ

କୂଟନୈତିକ ସମ୍ପର୍କ ବୃଦ୍ଧିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୭ା୬: ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ବୁଧବାର ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ସାକ୍ଷାତ କରିଛନ୍ତି। ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ବୃଦ୍ଧି, ବାଣିଜି୍ୟକ କଟକଣା ହ୍ରାସ ଓ ଅନ୍ୟ ପ୍ରମୁଖ ଜାତୀୟ, ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଆଲୋଚନା ପରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିକୁ ତ୍ୱରାନ୍ବିତ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପରସ୍ପରର ଆସ୍ଥାଭାଜନ ହୋଇ କାମ କରିବାକୁ ପମ୍ପିଓ ସହମତି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପୂର୍ବରୁ ପମ୍ପିଓ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ରୁଷିଆଠାରୁ ଏସ୍‌-୪୦୦ ପ୍ରତିରକ୍ଷା କ୍ଷେପଣାସ୍ତ୍ର କ୍ରୟକୁ ନେଇ ମଧ୍ୟ ଆଲୋଚନା କରାଯାଇଥିଲା। ଭାରତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଆମେ ଆମେରିକା ସହ ସୁସମ୍ପର୍କ ସ୍ଥାପନ କରିବାକୁ ଚାହୁଁ ବୋଲି ଜୟଶଙ୍କର କହିଛନ୍ତି।
ପରେ ମିଳିତ ସାମ୍ବାଦିକ ସମ୍ମିଳନୀକୁ ପମ୍ପିଓ କହିଥିଲେ, ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଲାଗି ଆମେରିକା ସର୍ବଦା ପ୍ରୟାସ କରିଆସିଛି। ଜୟଶଙ୍କର କହିଥିଲେ ଯେ, ଆମେରିକା ସହ ଭାରତର କୂଟନୈତିକ ସମ୍ପର୍କ ବୃଦ୍ଧି, ଶକ୍ତି, ବାଣିଜ୍ୟ ଓ ଅନ୍ୟ କେତେକ କ୍ଷେତ୍ର ଉପରେ ଆଲୋଚନା ହୋଇଛି। ଆତଙ୍କବାଦ ନେଇ ଆମେରିକା ଭାରତକୁ ଦୃଢ ସମର୍ଥନ ଦେଇଆସିଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri