କୃତୀ ଛାତ୍ରୀଛାତ୍ରଙ୍କୁ ଗଛ ଉପହାର

ସିମୁଳିଆ, ୧୫।୧୨(ଡି.ଏନ.ଏ.)-ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟର ୬୪ତମ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଶନିବାର ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ମୋହନ ଚରଣ ଖିଲାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ପର୍ଯ୍ୟଟନ ମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଶିକ୍ଷା ଓ କ୍ରୀଡ଼ାର ଉନ୍ନତି ହେଲେ ଶିକ୍ଷାନୁଷ୍ଠାନର ଉନ୍ନତି ଘଟିବ ବୋଲି କହିଥିଲେ। ସମ୍ମାନନୀୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁ ଉଦ୍ଦେଶ୍ୟ ମହତ ରହିଲେ ସବୁକିଛି ସୁନ୍ଦର ହୁଏ ବୋଲି କହିଥିଲେ। ଅନ୍ୟତମ ଅତିଥି ରୂପେ ବିଡିଓ ଡ. ନରହରି ବେହେରା ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଇଚ୍ଛାଶକ୍ତି ସଫଳତାର ଶୀର୍ଷରେ ପହଞ୍ଚାଇଥାଏ ଓ ଆମତ୍ ଅନୁଶୀଳନ ହିଁ ପ୍ରକୃତ ଶିକ୍ଷା ବୋଲି କହିଥିଲେ। ଅତିଥି ରୂପେ ଶରତ ଚନ୍ଦ୍ର ମହାପାତ୍ରଙ୍କ ସମେତ ପୂର୍ବତନ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଶିକ୍ଷାକର୍ମୀ ଯୋଗ ଦେଇଥିଲେ। କ୍ରୀଡ଼ା ଚାମ୍ପିୟନ ରୂପେ ବରିଷ୍ଠ ବିଭାଗରେ ସୁରେନ୍ଦ୍ର ସିଂ ଓ ରଶ୍ମିତା ପରିଡା, କନିଷ୍ଠ ବିଭାଗରେ କାର୍ତ୍ତିକ ପାଢୀ ଓ ସଞ୍ଜିତା ସିଂ ପୁରସ୍କୃତ ହୋଇଥିଲେ। ସେହିପରି କୃତୀ ଛାତ୍ରୀଛାତ୍ର ରୁଦ୍ରାଭିଷେକ ଦାସ, ପ୍ରକୃତି ନାୟକ, ମନୋରଞ୍ଜନ ମହାନ୍ତି ଓ ତପସ୍ବିନୀ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା। ବିଭିନ୍ନ ବିଭାଗରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ପୁରାତନ ଛାତ୍ର ସଂସଦ ପକ୍ଷରୁ ମାନପତ୍ର, ଅର୍ଥ ରାଶି ସମେତ ଚନ୍ଦନ ଗଛ ପ୍ରଦାନ କରାଯାଇଥିଲା ା ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ପ୍ରଧାନ ଶିକ୍ଷକ ବିବରଣୀ ପାଠ, କ୍ରୀଡ଼ା ଶିକ୍ଷକ ବିଭୁଦତ୍ତ ରଥ ମଞ୍ଚ ସଞ୍ଚାଳନା ଓ ଶିକ୍ଷୟିତ୍ରୀ କାଞ୍ଚନ ମଲିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri