Posted inଜାତୀୟ

କୃଷକ ଆନ୍ଦୋଳନ: ସିଙ୍ଘୁ ସୀମାରେ ମୁତୟନ ଦୁଇ ଆଇପିଏସ୍‌ ଅଫିସର କରୋନା ପଜେଟିଭ

ନୂଆଦିଲ୍ଲୀ,୧୧।୧୨: ହରିୟାଣା-ଦିଲ୍ଲୀର ସିଙ୍ଘୁ ସୀମାରେ ଦୀର୍ଘ ୧୬ ଦିନ ହେଲା ଚାଲିଥିବା କୃଷକ ଆନ୍ଦୋଳନଠାରେ ମୁତୟନ ହୋଇଥିବା ଦୁଇ ଆଇପିଏସ୍‌ ଅଫିସର କରୋନାରେ ଆକ୍ରାନ୍ତ। ଦିଲ୍ଲୀ ପୋଲିସ ଅନୁଯାୟୀ, ଉଭୟ ଅଫିସର ଏବେ ହୋମ ଆଇସୋଲେଶନରେ ଅଛନ୍ତି। ଆଉଟର ନର୍ଥ ଡେପ୍ୟୁଟି ସୁପ୍ରିଟେଟେଣ୍ଟ ଅଫ୍‌ ପୋଲିସ ଗୌରବ ଓ ଅତିରିକ୍ତ ଡିସିପି ଘନଶ୍ୟାମ ବଂଶଲଙ୍କ କରୋନା ଟେଷ୍ଟ ରିପୋର୍ଟ ପଜେଟିଭ ଆସିଛି। ଦୁହେଁ ସିଙ୍ଘୁ ସୀମାରେ ପୋଲିସ ଟିମ୍‌ର ନେତୃତ୍ୱ ନେଉଥିଲେ। ଅନ୍ୟପକ୍ଷରେ କୃଷକଙ୍କ ଆନ୍ଦୋଳନ ଯୋଗୁ ସରକାରଙ୍କ ଉପରେ ଚାପ ବଢ଼ିବାରେ ଲାଗିଛି। ଦିଲ୍ଲୀ ସୀମାକୁ ଲାଗିଥିବା ଟୋଲ ପ୍ଲାଜା ଓ ଡିଷ୍ଟ୍ରିକ୍ଟ କଲେକ୍ଟରଙ୍କ କାର୍ଯ୍ୟାଳୟ ସାମ୍ନାରେ ଶନିବାର ଧାରଣା ଦେବେ ବୋଲି କହିଛନ୍ତି ବିକ୍ଷୋଭକାରୀ କୃଷକମାନେ। ଏହା ବ୍ୟତୀତ ଜୟପୁର-ଦିଲ୍ଲୀ ହାଇଓ୍ବେ ଓ ଦିଲ୍ଲୀ-ଆଗ୍ରା ଏକ୍ସପ୍ରେସଓ୍ବେକୁ ମଧ୍ୟ ବ୍ଲକ କରିବାକୁ ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri