Posted inଜାତୀୟ

କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍‌ସନ

ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍‌ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଦେଶର ଚାଷୀ, କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ପେନ୍‌ସନ ଯୋଗାଇଦେବା ପ୍ରସ୍ତାବକୁ ମଧ୍ୟ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ପିଏମ୍‌ – କିଷାନ ଯୋଜନାରେ ବର୍ଷକୁ ୬୦୦୦ ଟଙ୍କା ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଗ୍ରାମାଞ୍ଚଳରେ ଲୋକଙ୍କ କ୍ରୟଶକ୍ତି ବୃଦ୍ଧି ଲାଗି ପିଏମ୍‌ କିଷାନ ଯୋଜନା ପରିସର ବୃଦ୍ଧି ଲାଗି ନିଷ୍ପତ୍ତି ନିଆଯାଇଛି। ଫଳରେ ୨୦୧୯-୨୦ ଆର୍ଥତ୍କ ବର୍ଷରେ ସରକାରଙ୍କୁ ୮୭,୨୧୭.୫୦ କୋଟି ଟଙ୍କା ବ୍ୟୟ କରିବାକୁ ପଡିବ। ପୂର୍ବ ସରକାର ଏହି ଯୋଜନାରେ ବାର୍ଷିକ ୭୫,୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରିଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସି ସବୁ କୃଷକଙ୍କୁ ପିଏମ୍‌-କିଷାନ ଯୋଜନାରେ ସାମିଲ କରିବା ଲାଗି ନିଷ୍ପତ୍ତି ହୋଇଥିବାରୁ ପାଖାପାଖି ୧୪.୫ କୋଟି କୃଷକ ଏଥିରୁ ଉପକୃତ ହୋଇପାରିବେ ବୋଲି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଗଣମାଧ୍ୟମକୁ ସୂଚାଇଛନ୍ତି। ଏଥିପାଇଁ ଆଗାମୀ ୩ ବର୍ଷରେ ସରକାର ୧୦,୭୭୪.୫ କୋଟି ଟଙ୍କା ବ୍ୟୟ କରିବେ। ଏଭଳି ନିଷ୍ପତ୍ତି ଫଳରେ କୃଷି ସେକ୍ଟରରେ ଦେଖାଦେଇଥିବା ସଙ୍କଟ ଦୂର ହୋଇପାରିବ। ଦେଶର ଜିଡିପିରେ ଗୁରୁତ୍ୱପୂର୍ଣ୍ଣ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ୨୦୧୮-୧୯ ଆର୍ଥିକ ବର୍ଷରେ ହ୍ରାସ ପାଇଥିଲା। ନୂଆ କ୍ୟାବିନେଟ ନିଷ୍ପତ୍ତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପଦକ୍ଷେପ କଠିନ ପରିଶ୍ରମ କରୁଥିବା ଦେଶର କୃଷକ ଏବଂ ଉଦ୍ୟମୀ ବ୍ୟବସାୟୀମାନଙ୍କ ଲାଗି ସହାୟକ ହେବ। ଜନତା ପ୍ରଥମେ ଓ ସବୁବେଳେ ବୋଲି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri