କୃଷକଙ୍କ ସମସ୍ୟା ନେଇ ଦାବିପତ୍ର

ରେମୁଣା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ତହସିଲଦାରଙ୍କ ଜରିଆରେ ବୁଧବାର ଓଡ଼ିଶା କ୍ଷେତ ମଜଦୁର ୟୁନିୟନ୍‌ ପକ୍ଷରୁ ବିଭିନ୍ନ ପ୍ରକାରର ସମସ୍ୟାର ସମାଧାନ ତଥା ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ହେଲା କୃଷକ ସମସ୍ୟା ପ୍ରତି ଅବହେଳା ଓ ରିଲିଫ୍‌ ପ୍ରଦାନରେ କୃଷକ ବିରୋଧୀ ପଦକ୍ଷେପ ଘୋଷଣା ଉପରେ ଓଡ଼ିଶା କୃଷକ ସଭା ରେମୁଣା ବ୍ଲକ କମିଟି ତରଫରୁ କୃଷକମାନଙ୍କୁ ଋଣରୁ ମୁକ୍ତି, ନୂତନ ସୁଧ ମୁକ୍ତ ଋଣ ପ୍ରଦାନ, ତାଲାବନ୍ଦ ସମୟରେ ସମସ୍ତ ବିଦ୍ୟୁତ ବିଲ, ପାଣି ବିଲ, ଜଳକର ଛାଡ଼ କରିବା, ସମସ୍ତ କୃଷି ଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ, କୃଷକ ବିରୋଧୀ ଏବଂ କର୍ପୋରେଟ ସପକ୍ଷବାଦୀ ସମସ୍ତ ନିଷ୍ପତ୍ତି ନିର୍ଦ୍ଦେଶାବଳୀ ଏବଂ ଅଧ୍ୟାଦେଶକୁ ପ୍ରତ୍ୟାହାର କରିବା, ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ସମସ୍ତ ଚାଷୀଙ୍କଠାରୁ ସରକାରୀ ଦରରେ ଧାନ କ୍ରୟ, ଆୟକର ଦେଉ ନ ଥିବା ସମସ୍ତ ପରିବାରକୁ ୭୫୦୦ ଟଙ୍କା ୩ମାସ ପର୍ଯ୍ୟନ୍ତ ଦିଆଯିବା ଇତ୍ୟାଦି। ଏଥିରେ ଓଡ଼ିଶା କ୍ଷେତ ମଜଦୁର ୟୁନିୟନ୍‌ର ରାଜ୍ୟଉପସଭାପତି ନିର୍ମଳ ନାୟକ, ଜିଲାସଭାପତି ପ୍ରେମ ରଞ୍ଜନ ପାତ୍ର, ଓଡ଼ିଶା କୃଷକ ସଭା ବାଲେଶ୍ୱର ଜିଲା କମିଟି ପ୍ରଶନ୍ନ ଷଡ଼ଙ୍ଗୀ, ରେମୁଣା ବ୍ଲକ ସଭାପତି ଷ୍ଟାଲିନ ମିଶ୍ର, ଚାଷୀ ନେତା ପ୍ରଭାକର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri