କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ: ୪ ବର୍ଷରେ ୪୦୧.୬ କୋଟି ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ ବୁଧବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ଉଦ୍ୟାନ କୃଷି, ଫଳଚାଷ ଓ ଫଳ ବଗିଚା ନିମନ୍ତେ ଚାରା ରୋପଣ, ବିଭିନ୍ନ ଯୋଜନାରେ ଜଳସେଚନର ସୁବିଧା, ଛେଳି ଏବଂ ବାଡ଼ି ଅଗଣା କୁକୁଡ଼ା ଚାଷ ନିମନ୍ତେ ଘର ନିର୍ମାଣ, କୃଷି ଉଦ୍ୟୋଗୀ ସୃଷ୍ଟି କରିବା ସହିତ କ୍ଷୁଦ୍ର, ନାମମାତ୍ର ଓ ମହିଳା ଚାଷୀମାନଙ୍କ ଉପରେ ଏହାର ପ୍ରଭାବ ସମ୍ପର୍କରେ ବୈଠକରେ ବିଶଦ୍‌ ଭାବରେ ଆଲୋଚନା କରାଯାଇଥିଲା। ଢିପ ଜମି ଥିବା ରାଜ୍ୟର ଜନଜାତି ବହୁଳ ଜିଲାରେ ଏହି ପ୍ରକଳ୍ପଟି କାର୍ଯ୍ୟକାରୀ ହେଉଥିବାବେଳେ ଏହାର ସଫଳତା ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ନିମନ୍ତେ ଏକ ଉଦାହରଣ ସୃଷ୍ଟି କରିବ ବୋଲି ପ୍ରଦୀପ୍ତ ମହାପାତ୍ର କହିଥିଲେ। ଏଥିସହିତ ଜନଜାତି ବହୁଳ ଅଞ୍ଚଳର କୃଷି ଉଦ୍ୟୋଗୀମାନଙ୍କ ନିମନ୍ତେ ଏହା ଏକ ମଡେଲ୍‌ ସାବ୍ୟସ୍ତ ହୋଇପାରିବ ବୋଲି ସେ କହିଥିଲେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ କହିଲେ ଯେ, ଏହି ପ୍ରକଳ୍ପରେ ଉନ୍ନତ ଜ୍ଞାନକୌଶଳର ଉପଯୋଗ ଦ୍ବାରା ଉତ୍ପାଦନ ବୃଦ୍ଧି ପାଇବା ସହିତ ଚାଷୀମାନେ ବହୁଳ ଭାବେ ଉପକୃତ ହୋଇପାରିବେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ଓ ପାନୀୟ ଜଳ, ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ଭାରତ ରୁରାଲ୍‌ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ୍‌’ ଓ ‘ପ୍ରଦାନ’ର ମିଳିତ ସହଯୋଗରେ ରାଜ୍ୟର ଜନଜାତି ବହୁଳ ୧୨ ଜିଲାର ୪୦ ବ୍ଲକ୍‌ରେ ଏହି କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଆଗାମୀ ୪ ବର୍ଷରେ ୪୦୧.୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହା ଦ୍ବାରା ପ୍ରାୟ ୧ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ଦ୍ବିଗୁଣିତ ହୋଇପାରିବ। ଏହି ଯୋଜନାରେ ୬୫୦ଟି ଉତ୍ପାଦକ ଗୋଷ୍ଠୀ ଓ ୩୦ଟି ଉତ୍ପାଦକ କମ୍ପାନୀ ଗଠନ କରାଯିବ। ସେହିପରି ୭୫୦ ଜଣ ବଜାର ସଂଯୋଜକ କୃଷି ଉଦ୍ୟୋଗୀ ସୃଷ୍ଟି କରାଯିବ। ଏହି ଯୋଜନା ଅନ୍ତର୍ଗତ ୪୦ ପ୍ରତିଶତ ଜମିରେ ବିନା କୀଟନାଶକରେ ଫସଲ ଉତ୍ପାଦନ କରିବାର ଲକ୍ଷ୍ୟ ରଖାଯାଇଛି। ୪୦ ହଜାର ଚାଷୀ ପରିବାରମାନଙ୍କ ଆୟ ବୃଦ୍ଧି ନିମନ୍ତେ ଆନୁଷଙ୍ଗିକ କୃଷି, ଛେଳି, ମେଣ୍ଢା, କୁକୁଡ଼ା ଆଦି ପାଳନ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଇଛି। ଜୀବିକା ନିର୍ବାହ ନିମନ୍ତେ ୧୬ ହଜାର ଏକର ଜମିରେ ଜଳସେଚନ, ୮ ହଜାର ଏକର ଜମିରେ ଫଳ ବଗିଚା, ୭୦ ହଜାର ଏକର ଜମିରେ କୃଷି ଯନ୍ତ୍ରପାତି ବ୍ୟବହାରର ସୁବିଧା ଯୋଗାଇଦେବା ସହିତ ଛେଳି, ମେଣ୍ଢା ଓ ବାଡ଼ଇଗଣା କୁକୁଡ଼ା ଚାଷ ନିମନ୍ତେ ପ୍ରାୟ ୩୦ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଏହି ଯୋଜନାରେ ସଂଶ୍ଳିଷ୍ଟ କରାଯାଉଛି। ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ କମିଶନର ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଡ. ବିଜୟ କେତନ ଉପାଧ୍ୟାୟ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri