କୃଷି ଉତ୍ପାଦନ ପାଇଁ ଓଡ଼ିଶାକୁ ପ୍ରଶଂସା ପୁରସ୍କାର

ଭୁବନେଶ୍ୱର,୩ା୧(ବ୍ୟୁରୋ):କୃଷି କ୍ଷେତ୍ରରେ ଓଡିଶା ପୁଣି ଥରେ ଉତ୍କର୍ଷ ଲାଭ କରିଛି। ରାଜ୍ୟର କୃଷି ଉତ୍ପାଦନ ବୃଦ୍ଧିକୁ ମିଳିଛି ଜାତୀୟ ସ୍ବୀକୃତି। ୨୦୧୬-୧୭ ଆର୍ଥିକବର୍ଷରେ ସମୁଦାୟ ଅଧିକ ଶସ୍ୟ ଉତ୍ପାଦନ ପାଇଁ ରାଜ୍ୟକୁ ମିଳିଛି କେନ୍ଦ୍ର ପକ୍ଷରୁ ପ୍ରଶଂସା ପୁରସ୍କାର (କମେନ୍‌ଡେଶନ ଆଓ୍ବାର୍ଡ)। ଗୁରୁବାର କର୍ନାଟକ ରାଜଧାନୀ ବେଙ୍ଗାଲୁରୁର ତୁମକୁରଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶା ସରକାରଙ୍କ ପକ୍ଷରୁ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ ଉକ୍ତ ଉତ୍ସବରେ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଉନ୍ନତମାନର ବିହନ ଉତ୍ପାଦନ କରିବା, ଉନ୍ନତ ବୈଷୟିକ ଜ୍ଞାନ କୌଶଳର ଉପଯୋଗ, ଜଳସେଚନ ସୁବିଧା, କୃଷି ଭିତ୍ତିଭୂମିର ବିକାଶ ଏବଂ ନିର୍ଦ୍ଧାରିତ ସମୟରେ ଚାଷୀଙ୍କୁ ବିହନ ଯୋଗାଇବା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଅନ୍ୟ ରାଜ୍ୟମାନଙ୍କ ସହ ଓଡ଼ିଶାକୁ ଏହି ପୁରସ୍କାର ମିଳିଛି। ପୁରସ୍କାର ବାବଦରେ ୧ କୋଟି ଟଙ୍କା, ଗୋଟିଏ ଟ୍ରଫି, ଉପଢୌକନ ପ୍ରଦାନ କରାଯାଇଛି। ମନ୍ତ୍ରୀଙ୍କ ସହିତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ ମହାପାତ୍ର ଏହି ଉତ୍ସବରେ ଯୋଗଦେଇଥିଲେ।
ସୂଚନାଯୋଗ୍ୟ ଯେ, ଓଡ଼ିଶା ଶସ୍ୟ ଉତ୍ପାଦନ କ୍ଷେତ୍ରରେ ଆଗରେ ଥିବାରୁ ୪ ଥର କୃଷି କର୍ମଣ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି। ଏହାକୁ ମିଶାଇ ଓଡ଼ିଶାକୁ ଶସ୍ୟ ଉତ୍ପାଦନ ପାଇଁ ମୋଟ ୫ଥର ଜାତୀୟ ପୁରସ୍କାର ମିଳିଛି। ଶେଷ ଥର ପାଇଁ ୨୦୧୪-୧୫ ଆର୍ଥିକବର୍ଷ ପାଇଁ ୨୦୧୬ରେ ରାଜ୍ୟକୁ କୃଷି କର୍ମଣ ପୁରସ୍କାର ମିଳିଥିଲା। ପ୍ରଶଂସା ପୁରସ୍କାର କୃଷି କର୍ମଣ ପୁରସ୍କାରର ଏକ ଅଂଶବିଶେଷ।
ପୁରସ୍କାର ଗ୍ରହଣ କରିବା ପରେ କୃଷିମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ପାଇଁ ନୂଆ କୃଷି ନୀତି ସମୃଦ୍ଧି-୨୦୨୦ କାର୍ଯ୍ୟକାରୀ କରିଛନ୍ତି। ଏଥିରେ କୃଷିର ବିକାଶ ସହ କୃଷକଙ୍କମାନଙ୍କର ଆୟକୁ ବହୁଗୁଣିତ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ରାଜ୍ୟ ସରକାର ସର୍ବଦା କୃଷକମାନଙ୍କୁ ଗୁରୁତ୍ୱ ଦେଇ ଆସିଛନ୍ତି। ସେଥିପାଇଁ ସ୍ବତନ୍ତ୍ର କୃଷି ବଜେଟ ସହ କୃଷି କ୍ୟାବିନେଟ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri