‘କୃଷି ଓଡ଼ିଶା-୨୦୨୦’କୁ ଉଦ୍‌ଘାଟିତ; ସରକାର ସୁବବେଳେ ଚାଷୀଙ୍କ ସହ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ ଓଡ଼ିଶାର ଚାଷୀଙ୍କ ସହ ଅଛନ୍ତି। ନୂଆ କୃଷି ନୀତି ଚାଷୀ ବିକାଶର ଲକ୍ଷ୍ୟ ବିନ୍ଦୁ। କୃଷିର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଛୁ। କାଳିଆ ଚାଷୀଙ୍କ ସମ୍ମାନ ବୃଦ୍ଧି କରିଛି । ସ୍ବାଭିମାନ ସହ ଚାଷୀ ବଞ୍ଚୁ ଏବଂ ନୂଆ ଟେକ୍ନୋଲୋଜି ବ୍ୟବହାର କରୁ। ଚାଷୀ ବିକାଶର ସାରଥୀ ହେଉ ବୋଲି ରାଜ୍ୟ କୃଷି ନୀତି-୨୦୨୦କୁ ଉନ୍ମୋଚନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ୩୦ଟି ଜିଲାରୁ ପାଖାପାଖି ୫ ହଜାର ଚାଷୀ ଯୋଗଦେଇଥିଲେ।
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଦେଶ, ବିଦେଶରେ କୃଷି କ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହିତ ରାଜ୍ୟର କୃଷକମାନଙ୍କୁ ପରିଚିତ କରାଇବା ଲକ୍ଷ୍ୟରେ ଏହା ଆୟୋଜନ କରାଯାଉଛି। ଏହି ମହୋତ୍ସବ ୫ ଦିନ ଧରି ଚାଲିବ।  ପ୍ରତ୍ୟହ ପାଠଶାଳା ଓ ଆଲୋଚନାଚକ୍ର ଆୟୋଜିତ ହେବ। ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ପ୍ରାୟ ୧୧୨ କମ୍ପାନୀ ଏଥିରେ ଯୋଗଦେବେ। କୃଷିର ଗୁରୁତ୍ୱ ଏବଂ କୃଷକଙ୍କ ଅବଦାନକୁ ସ୍ବୀକୃତି ପ୍ରଦାନ ସହ କୃଷି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଦର୍ଶନ ଲକ୍ଷ୍ୟରେ ଚଳିତ ବର୍ଷ ମହୋତ୍ସବରେ ୨୨୮ ଷ୍ଟଲ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri