କୃଷି କ୍ଷେତରେ ଜୈବିକ ଖତ ବ୍ୟବହାର ଉପରେ ଗୁରୁତ୍ୱ

ସୋନପୁର,୨୩।୧୦(ନି.ପ୍ର.)-ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସାରର ଊପଯୁକ୍ତ ବ୍ୟବାହରକୁ ନେଇ ନୂଆଦିଲ୍ଲୀ ଠାରେ ପ୍ରଥମ କରି ଆରମ୍ଭ ହୋଇଥିବା ଜନସଚେତନତା କାର୍ଯ୍ୟକ୍ରମର ସିଧା ପ୍ରସାରଣ ସକାଶେ ସୋନପୁର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ମଙ୍ଗଳବାର ସ୍ବତନ୍ତ୍ର ବ୍ୟବସ୍ଥା ହୋଇଥିଲା। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ମୁଖ୍ୟ ଅତିଥିଭାବେ ଏହି ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ ସାରର ଉପଯୁକ୍ତ ବ୍ୟବହାର ନିମନ୍ତେ ଏହି କାର୍ଯ୍ୟକ୍ରମ କୃଷି ଅର୍ଥନୀତିକୁ ଅଧିକ ସୁଦୃଢ କରିପାରିବ ବୋଲି କହିଥିଲେ। ବିଶେଷ କରି କୃଷିକ୍ଷେତ୍ରରେ ଉତ୍ପାଦକତା ବୃଦ୍ଧି ପାଇଁ ମାଟି ପରୀକ୍ଷଣ, ଆବଶ୍ୟକତା ଅନୁଯାୟୀ ସାର ପ୍ରୟୋଗ, ପ୍ରାକୃତିକ ଏବଂ ଜୈବିକ ଖତର ପ୍ରୟୋଗ ଉପରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏହି ପରିପ୍ରେକ୍ଷୀରେ କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) ଓ ଜିଲା କୃଷି ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇ ସୁବର୍ଣ୍ଣପୁର ଭଳି କୃଷି ପ୍ରଧାନ ଜିଲାରେ ଗ୍ରମୀଣ ଅର୍ଥନୀତିର ବିକାଶ ଓ କୃଷକଙ୍କ ଉନ୍ନତି ପାଇଁ କୃଷି କ୍ଷେତ୍ରରେ ଉତ୍ପାଦକତା ବୃଦ୍ଧି ଏକ ବଡ ଆହ୍ବାନ ବୋଲି ମତପ୍ରକାଶ କରିଥିଲେ। କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ଜୀବନଜିତ୍‌ ସେନ୍‌ଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କର୍ମଶାଳାରେ ଜିଲା ଉପକୃଷି ନିର୍ଦ୍ଦେଶକ ସନ୍ତୋଷ କୁମାର ଜେନା, ବରମହାରାଜପୁର ଜିଲା କୃଷି ଅଧିକାରୀ ପ୍ରଶାନ୍ତ ଶତପଥୀ, ଡୁଙ୍ଗୁରିପାଲି ଜିଲା କୃଷି ଅଧିକାରୀ ଶ୍ରୀନିବାସ ମଲ୍ଳିକ, ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ତାରାକାନ୍ତ ପାତ୍ର ଓ ମୃତ୍ତିକା ରସାୟନବିତ୍‌ ଅନିଲ ପ୍ରହରାଜ ପ୍ରମୁଖ ଯୋଗଦେଇ ରାସାୟନିକ ସାରର ବ୍ୟବହାର କମାଇ ଜୈବିକ ସାର ବହୁଳ ବ୍ୟବହାର କରିବାକୁ ଉପସ୍ଥିତ କୃଷକମାନଙ୍କୁ ପରାମର୍ଶ ଦେଇଥିଲେ। କର୍ମଶାଳାରେ ଜିଲାର ୪୦୦ରୁ ଊର୍ଦ୍ଧ୍ୱ ଅଗ୍ରଣୀ ଚାଷୀ ଯୋଗ ଦେଇଥିଲେ। ଏହି ଅବସରରେ କେନ୍ଦ୍ର ପରିସରରେ ଆୟୋଜିତ କୃଷିଭିତ୍ତିକ ଯନ୍ତ୍ରପାତି ପ୍ରଦର୍ଶନୀକୁ ଅତିରିକ୍ତ ଜିଲାପାଳ ପଣ୍ଡା ଉଦ୍‌ଘାଟନ କରିଥିଲେ। କେଭିକେର ବୈଜ୍ଞାନିକ ଗୀତାଞ୍ଜଳି ପ୍ରଧାନ, ସୁପ୍ରିୟା ସେଠୀ, ଲୋପାମୁଦ୍ରା ରାୟ ଓ ନିହାର କାନ୍ତ ମଲ୍ଳିକ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri