କୃଷି, ଗ୍ରାମୀଣ ମଜଦୁର ସଂଘ ସମ୍ମିଳନୀ

ବ୍ରହ୍ମପୁର ଅଫିସ୍‌,୭ା୭-ଓଡ଼ିଶା କୃଷି ଏବଂ ଗ୍ରାମୀଣ ମଜଦୁର ସଂଘ ଗଞ୍ଜାମ ଜିଲା ସମ୍ମିଳନୀ ଶନିବାର ସ୍ଥାନୀୟ ଏନ୍‌ଜିଓ ହଲ୍‌ରେ ଅନୁଷ୍ଠିତ ହୋଇଥିଲା। ସଭାପତି ରାଜେନ୍ଦ୍ର ନାଥ ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟଅତିଥି ଭାବେ ସଂଗଠନର ରାଜ୍ୟ ସମ୍ପାଦକ ବସନ୍ତ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାଧାରଣ ସମ୍ପାଦକ ଲକ୍ଷ୍ମଣ କୁମାର ଦାସ, ଭାରତୀୟ ମଜଦୁର ସଂଘ ଖୋର୍ଦ୍ଧା, ନୟାଗଡ଼ ଏବଂ ପୁରୀ ଜିଲା ପ୍ରଭାରୀ ବିଜୟ କୁମାର ପାତ୍ର, ଖୋର୍ଦ୍ଧା ଜିଲା ସଭାନେତ୍ରୀ ଶାନ୍ତିଲତା ସେଠୀ, ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍‌ ୱାର୍କସ ୟୁନିୟନ୍‌ ରାଜ୍ୟ ସମ୍ପାଦିକା ଅମିତା ସାହୁ ଓ ମଞ୍ଜୁଳା ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ କୃଷି ଏବଂ ଗ୍ରାମୀଣ ମଜଦୁର ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଆଗାମୀ ଦିନରେ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବାକୁ ଆନ୍ଦୋଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ପରେ ସଂଘ ଗଞ୍ଜାମ ଜିଲା ଶାଖାର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସଭାପତି ଭାବେ ରାଜେନ୍ଦ୍ର ନାୟକ ପୁନଃ ନିର୍ବାଚିତ ହୋଇଥିଲେ । ସେହିଭଳି ଉପସଭାପତି ଚପଳା ନାୟକ ଏବଂ ଅମିତା ସାହୁ, ସମ୍ପାଦକ ପ୍ରମୋଦ କୁମାର ସାହୁ, ସହ ସମ୍ପାଦକ ଟି.ରଘୁନାଥ ରେଡ୍ଡୀ ଏବଂ ରବୀନ୍ଦ୍ର ନାୟକ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ସାହୁ ପ୍ରମୁଖ ନିର୍ବାଚିତ ହୋଇଥିଲେ। ଏଥି ସହ ସଂଗଠନ ବ୍ଲକସ୍ତରୀୟ କମିଟିର ନୂତନ କର୍ମକର୍ତ୍ତାଙ୍କୁ ମଧ୍ୟ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri