ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ ତରଫରୁ ଏହି କାର୍ଯ୍ୟକ୍ରମ ହୋଇଥିଲା। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନରୱେ ସରକାରଙ୍କ ଆର୍ଥିକ ସହାୟତାରେ ଏହି କାର୍ଯ୍ୟକ୍ରମ ହେଉଛି। ପ୍ରକଳ୍ପର ଗବେଷଣା ଯନ୍ତ୍ରୀ ସଂଗ୍ରାମ କେଶରୀ ସ୍ବାଇଁ ଗ୍ରାମର ଚାଷୀମାନଙ୍କୁ ବଳଦ ଟଣା କୃଷି ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ତାଲିମ ଦେଇଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ସ୍ବାଗତିକା ସାହୁ, ପ୍ରଶାନ୍ତ କୁମାର ପଣ୍ଡା, ରବୀନ୍ଦ୍ରନାଥ ବେହେରା ଅତିଥି ଭାବେ ଯୋଗଦେଇ କ୍ଷେତ୍ର ପ୍ରଦର୍ଶନର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ପାରମ୍ପରିକ ବଳଦଟଣା କୃଷି ଯନ୍ତ୍ରପାତି ଅଧିକାଂଶ ଚାଷୀ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ଅଧିକ ସମୟ ବରବାଦ ହେଉଛି। ଆର୍ଥତ୍କସ୍ତରରେ ମଧ୍ୟ ଅଧିକ ଖର୍ଚ୍ଚାନ୍ତ। ନୂଆ ବଳଦଟଣା କୃଷି ଯନ୍ତ୍ରପାତି ବ୍ୟବହାର କଲେ କମ୍ ପରିଶ୍ରମ ସହ ଅଧିକ କାର୍ଯ୍ୟ ହୋଇପାରୁଛି। ତେଣୁ ଚାଷୀମାନେ ସଚେତନ ହୋଇ ବଳଦଟଣା କୃଷି ଯନ୍ତ୍ରପାତି ବ୍ୟବହାର କରିବାକୁ ପଡ଼ିବ। ଉକ୍ତ ଯନ୍ତ୍ରପାତି କିଣିବା ପାଇଁ ସରକାର ଚାଷୀଙ୍କୁ ରିହାତି ପ୍ରଦାନ କରୁଛନ୍ତି। ବକ୍ତାମାନେ ଉକ୍ତ ପ୍ରଦର୍ଶନୀରେ ଯୋଗଦେଇ ତାହା ମତବ୍ୟକ୍ତ କରିଥିଲେ।
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା
ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...
ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର
ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...
ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା
ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...
Archives


