କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ ତରଫରୁ ଏହି କାର୍ଯ୍ୟକ୍ରମ ହୋଇଥିଲା। ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନରୱେ ସରକାରଙ୍କ ଆର୍ଥିକ ସହାୟତାରେ ଏହି କାର୍ଯ୍ୟକ୍ରମ ହେଉଛି। ପ୍ରକଳ୍ପର ଗବେଷଣା ଯନ୍ତ୍ରୀ ସଂଗ୍ରାମ କେଶରୀ ସ୍ବାଇଁ ଗ୍ରାମର ଚାଷୀମାନଙ୍କୁ ବଳଦ ଟଣା କୃଷି ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ତାଲିମ ଦେଇଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ସ୍ବାଗତିକା ସାହୁ, ପ୍ରଶାନ୍ତ କୁମାର ପଣ୍ଡା, ରବୀନ୍ଦ୍ରନାଥ ବେହେରା ଅତିଥି ଭାବେ ଯୋଗଦେଇ କ୍ଷେତ୍ର ପ୍ରଦର୍ଶନର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ପାରମ୍ପରିକ ବଳଦଟଣା କୃଷି ଯନ୍ତ୍ରପାତି ଅଧିକାଂଶ ଚାଷୀ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ଅଧିକ ସମୟ ବରବାଦ ହେଉଛି। ଆର୍ଥତ୍କସ୍ତରରେ ମଧ୍ୟ ଅଧିକ ଖର୍ଚ୍ଚାନ୍ତ। ନୂଆ ବଳଦଟଣା କୃଷି ଯନ୍ତ୍ରପାତି ବ୍ୟବହାର କଲେ କମ୍‌ ପରିଶ୍ରମ ସହ ଅଧିକ କାର୍ଯ୍ୟ ହୋଇପାରୁଛି। ତେଣୁ ଚାଷୀମାନେ ସଚେତନ ହୋଇ ବଳଦଟଣା କୃଷି ଯନ୍ତ୍ରପାତି ବ୍ୟବହାର କରିବାକୁ ପଡ଼ିବ। ଉକ୍ତ ଯନ୍ତ୍ରପାତି କିଣିବା ପାଇଁ ସରକାର ଚାଷୀଙ୍କୁ ରିହାତି ପ୍ରଦାନ କରୁଛନ୍ତି। ବକ୍ତାମାନେ ଉକ୍ତ ପ୍ରଦର୍ଶନୀରେ ଯୋଗଦେଇ ତାହା ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri