କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ, ସଂସ୍କୃତି ଓ ପର୍ଯ୍ୟଟନ କ୍ଷେତ୍ରକୁ ଅଣଦେଖା କରାଯାଇଥିବାରୁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଲୋକସେବା ଭବନଠାରେ ନିଜ ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୃଷି, ରେଳ ଏବଂ କୃଷି ଉଡାନ, ପିଏମ୍‌-କୁସୁମରେ ୨୦ ଲକ୍ଷ ଚାଷୀଙ୍କୁ ସୌରଚାଳିତ ପମ୍ପ ଯୋଗାଇବା, ଡିଭିଡେଣ୍ଟ ଡିଷ୍ଟ୍ରିବ୍ୟୁଶନ ଟିକସ ଉଚ୍ଛେଦ ଓ କନ୍‌ସେସନାଲ ଟିକସ ଆଦିକୁ ବଜେଟରେ ଅନ୍ତର୍ଭୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିିଛିନ୍ତି ଯେ ସମବାୟ ସଂସ୍ଥାଗୁଡିକୁ ଟିକସ ରିହାତି ବ୍ୟବସ୍ଥାକୁ ବଢାଇବା ପାଇଁ ରାଜ୍ୟ ସକରାର ଅନୁରୋଧ କରିଥିଲେ। ଏହାକୁ ଗ୍ରହଣ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। କେନ୍ଦ୍ର  ବଜେଟରେ ବ୍ୟାଙ୍କଗୁଡିକରେ ଜମାପୁଞ୍ଜି ବୀମା ବ୍ୟବସ୍ଥାକୁ ୧ ଲକ୍ଷ ଟଙ୍କାରୁ ୫ ଲକ୍ଷକୁ ବୃଦ୍ଧି କରାଯାଇଛି। ଏଥିସହିତ ନୂତନ ଶିକ୍ଷାନୀତି ଓ ଶିକ୍ଷା କ୍ଷେତ୍ରରେ ବିଦେଶୀ ପୁଞ୍ଜିବିନିଯୋଗକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି।

ଅନ୍ୟପକ୍ଷରେ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନାରେ ଏହି ବଜେଟରେ କୌଣସି ଆଖିଦୃଶିଆ ବ୍ୟୟ ବରାଦ ନ କରି ସ୍ଥାଣୁ କରାଯାଇ ଥିବାରୁ ମୁଖ୍ୟମନ୍ତ୍ରୀ ଚିନ୍ତା ପ୍ରକଟ କରିଛନ୍ତି। ରାଜ୍ୟ ଅଂଶଧନ କେନ୍ଦ୍ରୀୟ ଟିକସକୁ ପ୍ରାୟ ୫୯ ହଜାର କୋଟି ଟଙ୍କାକୁ ହ୍ରାସ କରାଯାଇଥିବାରୁ ଓଡିଶା ଏ ବାବଦରେ ପ୍ରାୟ ୩ ହଜାର କୋଟି ହରାଇବ ବୋଲି ମୁଖ୍ୟମନ୍ତ୍ରୀ ଅନୁମାନ କରିଛନ୍ତି। ଆଇକନିକ ସାଇଟରେ ଓଡିଶାର କୌଣସି ପ୍ରତ୍ନତତ୍ତ୍ୱ ସ୍ଥଳକୁ ସାମିଲ କରାଯାଇ ନାହିଁ। ଓଡିଶା ଆଦିବାସୀ ବହୁଳ ରାଜ୍ୟ ହୋଇଥିଲେ ମଧ୍ୟ ଏଠାରେ ଜାତୀୟ ଆଦିବାସୀ ମ୍ୟୁଜିୟମ ନ କରିବା ପ୍ରସ୍ତାବକୁ ନେଇ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତି କରିଛନ୍ତି । ପାନୀୟ ଜଳ ଯୋଗାଣ ଏକ ଜାତୀୟ ଗୁରୁତ୍ୱ । ୩.୬ ଲକ୍ଷ କୋଟି ବ୍ୟୟ ବରାଦ ଜାଗାରେ ହୋଇଛି ମାତ୍ର ୧୧,୫୦୦ କୋଟି । ଓଡିଶା ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ୩୬୦୦ କୋଟି ଟଙ୍କା ଖର୍ଚ୍ଚ କରି ସାରିଲାଣି। ଦେଶର ସେନ୍‌ସେକ୍ସ ୧ ହଜାର ପଏଣ୍ଟ ତଳକୁ ଖସିବା ଅର୍ଥ ଏହି ବଜେଟ ନୈରାଶ୍ୟଜନକ ଅବସ୍ଥାକୁ ସୂଚାଉଛି । ନୂତନ ପୁଞ୍ଜିନିବେଶ ପାଇଁ ପୁଞ୍ଜିନିବେଶକାରୀଙ୍କ ବିଶ୍ୱାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ଧିମା ଅଭିବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଏହା ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ଆମ ଯୁବବର୍ଗଙ୍କର ଜୀବିକା ବାଛିବା କ୍ଷେତ୍ରରେ ଏକ ବଡ ପ୍ରଭାବ ପକାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri