କୃଷିଜାତ ସାମଗ୍ରୀ ପରିବହନରେ ଚାଷୀଙ୍କୁ ଯେପରି ଅସୁବିଧା ନ ହୁଏ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଚାଷୀମାନେ ଯେପରି ସେମାନଙ୍କର ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟରେ କୌଣସି ଅସୁବିଧା ନ ହେବ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହେ ମଧ୍ୟରେ ପ୍ରତି ଜିଲାରେ କୋଭିଡ୍‌ ହସ୍ପିଟାଲ ନିର୍ମାଣ କରାଯିବ। ଚଳିତ ମାସ ସୁଦ୍ଧା ରାଜ୍ୟରେ ୩୬ଟି ସ୍ଥାନରେ ୬ ହଜାର ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ କରିବା ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।
ଦକ୍ଷିଣ ଓଡ଼ିଶାର ଏମ୍‌କେସିଜି ହସ୍ପିଟାଲରେ କୋଭିଡ୍‌ ପରୀକ୍ଷଣ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍‌ ଏପ୍ରିଲ ୧୬ ସୁଦ୍ଧା ବୁର୍ଲା ଭିମ୍‌ସାରରେ କୋଭିଡ୍‌ ପରୀକ୍ଷା ନେଇ ସୁବିଧା କରିବା ଲାଗି ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଉରକେଲାସ୍ଥିତ ଆଇଜିଏଚ୍‌ରେ କୋଭିଡ୍‌ ପରୀକ୍ଷଣ ଆରମ୍ଭ କରାଯାଇଥିବା ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ବୈଠକରେ ସୂଚନା ଦେଇଥିଲେ। କୋଭିଡ୍‌ ସଂକ୍ରମଣ ନିୟନ୍ତ୍ରଣରେ ପୋଲିସ ତଥା ପ୍ରଶାସନିକ ଅଧିକାରୀଙ୍କୁ ସର୍ବୋତ୍ତମ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏ ପର୍ଯ୍ୟନ୍ତ ବିଭିନ୍ନ ଅନୁଷ୍ଠାନର ପ୍ରାୟ ଦେଢ଼ ଲକ୍ଷଙ୍କୁ ତାଲିମ ଦିଆସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri