କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହି ଘରକୁ ଆସିବା ପରେ ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଇଥିଲା। ତେବେ ନମୁନା ପରୀକ୍ଷା ପରେ ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ଫଳରେ ଗୁମୁଣ୍ଡିଆ ସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଅଞ୍ଚଳର ଚାରିଛକ ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବା ବେଳେ ସଂକ୍ରମଣ ଭୟରେ ତିତିପ ସରପଞ୍ଚ ରମେଶ ଚନ୍ଦ୍ର ମହାପାତ୍ର ଜିଲାପାଳ କ୍ଷମତା ଲାଗୁ କରି ଚାରିଛକବଜାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଗୁମୁଣ୍ଡିଆ ପଞ୍ଚାୟତର ସଂକ୍ରମିତଙ୍କ ସହ ମିଶିଥିବା ୫ ଜଣଙ୍କୁ ଚିହ୍ନଟ କରାଯାଇଛି। ବିଡିଓ ଅଭିମନ୍ୟୁ ମାଝି, ତହସିଲଦାର ଜିତେନ୍ଦ୍ର ନାୟକ, କୃଷ୍ଣପ୍ରସାଦ ଆଇଆଇସି ଅଭିମନ୍ୟୁ ନାୟକ, ଏକ ଡାକ୍ତର ଦଳ ଗୁମୁଣ୍ଡିଆ ପଞ୍ଚାୟତରେ ଅଧିକ ତଦନ୍ତ ଚଳାଇଛନ୍ତି। ଅନ୍ୟପକ୍ଷରେ କୃଷ୍ଣପ୍ରସାଦ ବ୍ଲକରେ କରୋନା ବ୍ୟାପିବା ଆଶଙ୍କାରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହା ପୂର୍ବରୁ କୃଷ୍ଣପ୍ରସାଦର ଗମ୍ଭାରୀ ଗାଁରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri