କୃଷ୍ଣପ୍ରସାଦରେ ପାନୀୟଜଳ ସଙ୍କଟ: ପମ୍ପ୍‌ହାଉସରେ ତାଲା ପକାଇ ଧାରଣା

କୃଷ୍ଣପ୍ରସାଦ,୨୩ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୃଷ୍ଣପ୍ରସାଦ ପଞ୍ଚାୟତରେ ଜଳ ସଙ୍କଟ ଦେଖାଦେଇଛି। ଏହାର ପ୍ରତିକାର ପାଇଁ ଶନିବାର ଲୋକେ ପମ୍ପ୍‌ହାଉସରେ ତାଲା ପକାଇ ଧାରଣା ଦେଇଥିଲେ। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ କୃଷ୍ଣପ୍ରସାଦରେ ଏକ ୩ଲକ୍ଷ ଲିଟର ବିଶିଷ୍ଟ ପାଣିଟାଙ୍କି ନିର୍ମାଣ କରାଯାଇଛି । ଉକ୍ତ ଟାଙ୍କିରୁ ସମସ୍ତ ଗ୍ରାମକୁ ପ୍ରତିଦିନ ସକାଳ ଓ ସନ୍ଧ୍ୟାରେ ପିଇବା ପାଣି ଯୋଗାଇ ଦିଆଯାଇଥାଏ। ଏହାଛଡା କିଛି ଲୋକ ସରକାରୀ ଧାର୍ଯ୍ୟ ଅର୍ଥ ଦାଖଲ କରି ନିଜ ଘର ମଧ୍ୟକୁ ସଂଯୋଗ ନେଇଛନ୍ତି। ଏମାନଙ୍କ ମଧ୍ୟରୁ କେତେଜଣ ମୋଟର ଲଗାଇ ନିଜ ଟାଙ୍କିକୁ ବେଆଇନ ଭାବେ ପାଣି ଉଠାଇଥିଲେ। ଏହାଦ୍ୱାରା ବିଭିନ୍ନ ଗ୍ରାମକୁ ଜଳଯୋଗାଣ ବ୍ୟାହତ ହୋଇଥିଲା। କେତେକ ପାଣିଟ୍ୟାପରେ ଅତି ଧିର ଓ କେତେକ ସ୍ଥାନରେ ଆଦୌ ପାଣି ଆସୁ ନ ଥିବା ଦେଖାଯାଇଥିଲା। ବେଆଇନ ମୋଟର ଲଗାଇବା ଦ୍ୱାରା ସମସ୍ୟା ଉପୁଜୁଥିବା ଜଣାପଡିବା ପରେ ଲୋକେ ଏହାର ସମାଧାନ ପାଇଁ ବିଭାଗୀୟ କର୍ମଚାରୀ ଓ ସ୍ଥାନୀୟ ସରପଞ୍ଚଙ୍କ ନିକଟରେ ଅଭିଯୋଗ କରିଥିଲେ। ସରପଞ୍ଚ ଓ ବିଭାଗୀୟ କର୍ମଚାରୀ ମନା କରିବା ସତ୍ତ୍ୱେ ସେମାନେ ପୂର୍ବଭଳି ମୋଟର ଲଗାଇଥିଲେ। ଏହାର ସମାଧାନ ପାଇଁ କୃଷ୍ଣପ୍ରସାଦ ପଞ୍ଚାୟତ ସାନଅଁଳ ଗ୍ରାମର ଶତାଧିକ ମହିଳାପୁରୁଷ ଶନିବାର ପମ୍ପ୍‌ହାଉସରେ ତାଲା ପକାଇବା ସହ ପାଣିଟ୍ୟାପ ସମ୍ମୁଖରେ ଗରା, ବାଲ୍‌ଟି ରଖି ଧାରଣାରେ ବସିଥିଲେ। ଖବର ପାଇ କୃଷ୍ଣପ୍ରସାଦ ସରପଞ୍ଚ ରମେଶ ଚନ୍ଦ୍ର ସିଂହସାମନ୍ତ, ସମିତିସଭ୍ୟ ଜିତେନ୍ଦ୍ର କୁମାର ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କ ସହିତ ଆଲୋଚନା କରିଥିଲେ। ସମାଧାନ ନ ହେବାରୁ ସରପଞ୍ଚ ସିଂହସାମନ୍ତ ପୋଲିସର ସହାୟତା ଲୋଡିଥିଲେ। କୃଷ୍ଣପ୍ରସାଦ ପୋଲିସ ରବିବାର ଲୋକମାନଙ୍କୁ ଡାକି ଏହି ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ସରପଞ୍ଚ କହିଛନ୍ତି। ଅନ୍ୟପକ୍ଷେ ସମସ୍ୟା ସମାଧାନ ନ ହେବା ଯାଏ ପାଣିଟାଙ୍କିରୁ ତାଲା ଫିଟିବ ନାହିଁ ବୋଲି ଆନ୍ଦୋଳନକାରୀ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠଯନ୍ତ୍ରୀ ବିପିନ ବିହାରୀ ମଙ୍ଗରାଜ କହନ୍ତି, ଏହା ସେମାନଙ୍କ ଗାଁର ସମସ୍ୟା। ଗାଁ ଲୋକେ ଆଲୋଚନା ମାଧ୍ୟମରେ ଏହାର ସମାଧାନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri