କେଆଇଏଫ୍‌ଏଫ୍‌ରେ ପ୍ରଦର୍ଶିତ ହେବ ‘ପାଟଣାଗଡ଼’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଲାଙ୍ଗୀର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ନିର୍ମିତ ବହୁଭାଷୀ ଫିଲ୍ମ ‘ପାଟଣାଗଡ଼’ ଆସନ୍ତା ନଭେମ୍ବର ୮ରେ ସମଗ୍ର ବିଶ୍ୱରେ ରିଲିଜ ହେବ। ଏହାସହ ଫିିଲ୍ମଟି ଆସନ୍ତା ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୫ତମ କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ(କେଆଇଏଫ୍‌ଏଫ୍‌)ରେ ପ୍ରଦର୍ଶିତ ହେବାକୁ ମନୋନୀତ ହୋଇଛି। ଓଡ଼ିଆ, ହିନ୍ଦୀ ଏବଂ ତେଲୁଗୁ ଭାଷାରେ ରିଲିଜ ହେବାକୁ ଥିବା ଏହି ଫିଲ୍ମରେ ମୁୁଖ୍ୟ ଭୂମିକାରେ ବଲିଉଡ୍‌ ଅଭିନେତା ଅତୁଲ୍‌ କୁଲକର୍ନୀ, ୟଶପାଲ ଶର୍ମା, ଓଡ଼ିଆ ଅଭିନେତା ମନୋଜ ମିଶ୍ର, ପୁଷ୍ପା ପଣ୍ଡା, ଅନୁ ଚୌଧୁରୀ, ତେଲୁଗୁ ଅଭିନେତା ଥନିକେଲ୍ଲା ଭାରାଣୀ ପ୍ରମୁଖଙ୍କୁ ଦେଖିବାକୁ ମିଳିବ।
୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ର ବହୁଚ୍ଚର୍ଚିତ ପାର୍ସଲ ବୋମା ଘଟଣା ଉପରେ ଫିଲ୍ମର କାହାଣୀ ଆଧାରିତ। ଘଟଣାର ମୁଖ୍ୟ ଅପରାଧୀ ପୁଞ୍ଜିଲାଲ ମେହେର ଭୂମିକାରେ ନଜରକୁ ଆସିବେ ଲୋକପ୍ରିୟ ଅଭିନେତା ମନୋଜ ମିଶ୍ର। ସେହିପରି ସେତେବେଳେ ମାମଲାର ତଦନ୍ତକାରୀ ଅଧିକାରୀ ଥିବା ଓଡ଼ିଶା କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କ ଭୂମିକାରେ ଅଭିନୟ କରିଛନ୍ତି ଲୋକପ୍ରିୟ ବଲିଉଡ୍‌ ଅଭିନେତା ଅତୁଲ୍‌ କୁଲକନର୍ର୍ୀ। ତଦନ୍ତ କରି ବୋଥ୍ରା କିପରି ଘଟଣାର ପର୍ଦ୍ଦାଫାଶ କରିଥିଲେ ଏବଂ ପାର୍ସଲ ବୋମା ପଠାଇଥିବା ଅପରାଧୀକୁ ଖୋଜି ବାହାର କରିଥିଲେ ତାହାକୁ ନିଜ ଦମ୍‌ଦାର ଅଭିନୟ ମାଧ୍ୟମରେ ଉପସ୍ଥାପନ କରିବେ ଅତୁଲ୍‌। ପୂର୍ବରୁ ସେ କ୍ରାଇମ୍‌ ପାଟ୍ରୋଲ ଓ ସାବଧାନ ଇଣ୍ଡିଆ ଭଳି ଶୋ’ରେ ପୋଲିସର ଭୂମିକାରେ ଅଭିନୟ କରି ବେଶ୍‌  ଲୋକପ୍ରିୟତା ଅର୍ଜନ କରିଛନ୍ତି। ଫିଲ୍ମର ପ୍ରଯୋଜନା ଶ୍ରୀଧର ମାର୍ଥା କରିଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ରାଜେଶ ଟଚରିଭର୍‌। ‘ପାଟଣାଗଡ଼’ ଫିଲ୍ମର ସିନେମାଟୋଗ୍ରାଫି ସହ କାହାଣୀ ଦମ୍‌ଦାର ହୋଇଥିବାରୁ ଏହା କେବଳ ଓଡ଼ିଶାରେ ନୁହେଁ, ରାଜ୍ୟ ବାହାରେ ମଧ୍ୟ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri