Posted inଜାତୀୟ

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଶିକ୍ଷକଙ୍କ ଯୋଗଦାନକୁ ନେଇ ଉଠିଲା ବିବାଦ

ନୂଆଦିଲ୍ଲୀ,୧୫।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଉତ୍ସବରେ ଯୋଗ ଦେବାକୁ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମିଳି ନ ଥିବା ବେଳେ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏଥିଲାଗି ନିମନ୍ତ୍ରଣ କରାଯାଇଛି। ଏହାସହ ଦିଲ୍ଲୀବାସୀଙ୍କୁ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି। ଏବେ ଜଣାପଡିଛି କି ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇ ସରକାରୀ ସ୍କୁଲର ଶିକ୍ଷକମାନଙ୍କୁ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ରାମଲୀଳା ମଇଦାନରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏହି ସର୍କୁଲାରକୁ ନେଇ ବିରୋଧୀ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ଉଭୟ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ କେଜରିଓ୍ବାଲଙ୍କୁ ଟାର୍ଗେଟ କରି କହିଛନ୍ତି ଶିକ୍ଷକମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଭଲକଥା ହେଲେ ସରକାରୀ ଭାବେ ସର୍କୁଲାର ଜାରି କରି ଏମାନଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କହିବା ଭୁଲ୍‌ କଥା। ଏହାଦ୍ୱାରା ଭୁଲ୍‌ ପରମ୍ପରାର ଆରମ୍ଭ କରାଯାଉଛି ବୋଲି ବିରୋଧୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri