Posted inଜାତୀୟ

କେଜରିଓ୍ବାଲଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ଗୀତିକାର ଜାଭେଦ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି(ଏଏପି) ବିଜୟ ଲାଭ କରିଛି। ଏଥିପାଇଁ ଏଏପିକୁ ଦିଲ୍ଲୀବାସୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ଓ ସେଲିବ୍ରିଟିଙ୍କ ଶୁଭେଚ୍ଛାର ସୂଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ବଲିଉଡ୍‌ ଗୀତିକାର ଜାଭେଦ ଅଖତର ମଧ୍ୟ ଏଏପି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କୁ ତାଙ୍କ ବାସଭବନରେ ସାକ୍ଷାତକାର କରି ନିର୍ବାଚନରେ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂହଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟି ଜାଭେଦ ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି। ଏନେଇ ଏକ ଫଟୋ କେଜରିଓ୍ବାଲ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିସହ କ୍ୟାପଶନ୍‌ରେ ଲେଖିଛନ୍ତି, ‘ଜାଭେଦଙ୍କୁ ମୋ ଘରେ ଦେଖି ଆଜି ବେଶ୍‌ ଖୁସି ଲାଗୁଛି’। ଶେୟାର ହୋଇଥିବା ଏହି ଫଟୋରେ କେଜରିଓ୍ବାଲ, ଜାଭେଦ ଓ ସଞ୍ଜୟ ଏକାସାଙ୍ଗରେ ବସିଥିବା ନଜର ଆସିଛନ୍ତି। ସୂଚନାଯୋଗ୍ୟ, ଚଳିତ ବିଧାନସଭା ନିର୍ବାଚନରେ ଏଏପି ୭୦ରୁ ୬୨ ଆସନ ଜିତି ହ୍ୟାଟ୍ରିକ କରିଛି। ତୃତୀୟ ଥର ପାଇଁ ଏଏପି ଦିଲ୍ଲୀରେ ସରକାର ଗଠନ କରିବାକୁ ଯାଉଥିବା ବେଳେ ରବିବାର ମୁଖ୍ୟମନ୍ତ୍ରୀ ପଦ ପାଇଁ କେଜରିଓ୍ବାଲ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri