କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ପିଇଲେ ବଦହଜମି, ଅମ୍ଳ, ହାକୁଟି, ପେଟଫମ୍ପା ଆଦି ଭଲ ହୁଏ। ନିୟମିତ ଏହାକୁ ପିଇଲେ ଥଣ୍ଡା ଭଲ ହେବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମୁକ୍ତି ମିଳିଥାଏ । ତୁଳସୀ ରସ ସହିତ ଏହାକୁ ମିଶାଇ ପିଇଲେ ଦେହରେ ଫଳି, ଫଳି ଯାଉଥିବା ଅଗିଆ ବାତ ଭଲ ହୋଇଥାଏ। ଅଁଳାରସରେ ମହୁ ମିଶାଇ ସକାଳେ ଓ ସନ୍ଧ୍ୟାରେ ଖାଇଲେ ହାର୍ଟ ଆଟାକ ଆଶଙ୍କା ଦୂର ହୁଏ। ନିୟମିତ ଅଁଳାରସ ପିଇଲେ ନପୁଂଷକତା ସମସ୍ୟା ଦୂର ହୁଏ। ଅଁଳାରସ ସହିତ କିଛି ଗୁଡ଼ ମିଶାଇ ସକାଳେ ଓ ସନ୍ଧ୍ୟାରେ ପିଇଲେ ଅଣ୍ଟାବିନ୍ଧା ଭଲ ହୋଇଥାଏ। ସେହିପରି ଅଁଳାରସ ସହିତ ନିମ୍ବପତ୍ର ଚୂର୍ଣ୍ଣ ମିଶାଇ ସକାଳେ ଓ ସନ୍ଧ୍ୟାରେ ଖାଲି ପେଟରେ ଖାଇଲେ ୩ରୁ୪ ମାସରେ କୁଷ୍ଠରୋଗ ଭଲ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri