କେନାଲ ବୁଡ଼ି ଜଣେ ମୃତ

ପରଜଙ୍ଗ, ୮।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ କଟାବାହାଳ ଗ୍ରାମର ଜଣେ ବୃଦ୍ଧ କେନାଲରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବସନ୍ତ ବେହେରା (୫୯)।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ସୋମବାର ମଧ୍ୟାହ୍ନରେ ବସନ୍ତ କଟାବାହାଳ ଶାଖା କେନାଲ ହୁଡା ଦେଇ ବିଲକୁ ଯାଉଥିଲେ। ଏହି ସମୟରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିବା ସହ କେନାଲ ଭିତରକୁ ଖସିପଡ଼ିଥିଲେ। ଉକ୍ତ ରାସ୍ତାରେ ଯାଉଥିବା ପ୍ରଦୀପ ବେହେରା, ଧୋବା ବେହେରା ତାଙ୍କୁ ଉଦ୍ଧାର କରି ଏକ ଅଟୋରିକ୍ସାରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସାଆନ୍ଦା ଆର୍‌ଆଇ ପ୍ରଦ୍ୟୁମ୍ନ ସେଠୀ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ଏ ନେଇ ପରଜଙ୍ଗ ଥାନାରେ ନଂ. ୩୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ସାଆନ୍ଦା ଫାଣ୍ଡି ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।
ବସନ୍ତଙ୍କୁ ଫିଡ୍‌ସ ଥିଲା। ହଠାତ୍‌ ରୋଗ ବାହାରିବାରୁ ସେ ପାଣିରେ ଖସିପଡ଼ିଥିଲେ ଏବଂ ଏହି କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଏହାର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଏହି ଘଟଣା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri