Posted inରାଜ୍ୟ

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିରିଡ଼ି ବ୍ଲକରେ ଚାଷୀମାନେ ମୁଖ୍ୟତଃ ବର୍ଷା ଓ କେନାଲ ପାଣି ଉପରେ ନିର୍ଭର କରି ଚାଷବାସ କରନ୍ତି। ତେବେ ଏହି ବ୍ଲକର ନୂଆପାରିଠାରୁ ଶିବପୁର ଅଞ୍ଚଳକୁ ଯାଇଥିବା ୪ନଂ କେନାଲରେ ଏ ପର୍ଯ୍ୟନ୍ତ ପାଣି ଛଡ଼ଯାଇନାହିଁ। ଜଗତ୍‌ସିଂହପୁର ଜଳସେଚନ ଡିଭିଜନ ବାଲିଆ ସେକ୍ସନ ଅଧୀନରେ ଥିବା ଏହି କେନାଲ ଏବେ ଶୁଖିଲା ପଡିଛି ଓ ଏହା ମଧ୍ୟରେ ଅନାବନା ଗଛ ଉଠିଯାଇଛି। ଉକ୍ତ କେନାଲ ଉପରେ ମୁଖ୍ୟତଃ କୁଳକଇଜଙ୍ଗା, ବୁଢାପଡ଼ା, ବାଲିଆ ଗୋପୀନାଥପୁର, ଅଢଙ୍ଗମଜୁରାଇ, ଅଢଙ୍ଗଗଡ଼, ଶିବପୁର ପଞ୍ଚାୟତର ଚାଷୀମାନେ ନିର୍ଭରଶୀଳ। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜଳସେଚନ ବିଭାଗ ମନ୍ତ୍ରୀଙ୍କ ଜିଲାରେ ଜଳ ଅଭାବରୁ ଚାଷୀ ଏଭଳି ଅସୁବିଧାର ସମ୍ମୁଖୀନ ହେବାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପକ୍ଷେ ଉପଯୁକ୍ତ ସମୟରେ କେନାଲ ସଫା କରାଯାଉନାହିଁ। ପାଣି ଛାଡ଼ିବା ସମୟରେ ଲୋକ ଦେଖାଣିଆ ଭାବେ ଠିକାଦାରଙ୍କ ମାଧ୍ୟମରେ କେନାଲ ମରାମତି ଓ ସଫେଇ ହେଉଛି। ଫଳରେ ନିମ୍ନମାନର କାର୍ଯ୍ୟ କରି ସରକାରୀ ଅର୍ଥ ହରିଲୁଟ୍‌ କରାଯାଉଥିବା ଅଭିଯୋଗ ହେଉଛି। କେନାଲ ସଫେଇ ଓ ମରାମତି ଶେଷ ହୋଇ ନ ଥିବାରୁ ପାଣି ଆସିବାରେ ମଧ୍ୟ ବିଳମ୍ବ ହେଉଛି। ଏନେଇ ସ୍ଥାନୀୟ ଲୋକେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri